ସୋରିଷପଦର ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଫେବୃଆରୀ ୧୯: ନବରଙ୍ଗପୁର ସୋରିଷପଦର ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟରରେ ସେ ଲେଖିଛନ୍ତି ନିର୍ବାଚନ ଡ୍ୟୁଟିରେ ବସ୍ ଦୁର୍ଘଟଣାରେ ସଂଖ୍ୟାଧିକ ପୋଲିସ କର୍ମଚାରୀ ପ୍ରାଣ ହରାଇଥିବା ଜାଣି ମୁଁ ଦୁଃଖିତ। ଏପରି ଦୁଃଖ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି। ମେଡିକାଲରେ ଚିକିତ୍ସିତ ହେଉଥିବା ଆହତ ଓ ଗୁରୁତରମାନଙ୍କୁ ଆବଶ୍ୟକୀୟ ଚିକିତ୍ସା ପ୍ରଦାନ ସହ ମୃତକଙ୍କ ପରିବାରକୁ […]

Samaya Live Picture
Published On

ଭୁବନେଶ୍ୱର: ଫେବୃଆରୀ ୧୯: ନବରଙ୍ଗପୁର ସୋରିଷପଦର ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟରରେ ସେ ଲେଖିଛନ୍ତି ନିର୍ବାଚନ ଡ୍ୟୁଟିରେ ବସ୍ ଦୁର୍ଘଟଣାରେ ସଂଖ୍ୟାଧିକ ପୋଲିସ କର୍ମଚାରୀ ପ୍ରାଣ ହରାଇଥିବା ଜାଣି ମୁଁ ଦୁଃଖିତ। ଏପରି ଦୁଃଖ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।
ମେଡିକାଲରେ ଚିକିତ୍ସିତ ହେଉଥିବା ଆହତ ଓ ଗୁରୁତରମାନଙ୍କୁ ଆବଶ୍ୟକୀୟ ଚିକିତ୍ସା ପ୍ରଦାନ ସହ ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ନବରଙ୍ଗପୁର ଜିଲ୍ଲାପାଳ ଡଃ. କମଳଲୋଚନ ମିଶ୍ର ସୂଚନା ଦେଇଥିଲେ । ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ଏବଂ ବିଧାୟକ ସଦାଶିବ ପ୍ରଧାନୀ ମେଡିକାଲରେ ଆହତମାନଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇ ଆହତମାନଙ୍କ ପାଇଁ ସହାୟତା ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।ତେବେ ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଆହତ ହୋଇଥିଲେ ।