ନବୀନ ନିବାସ ସାମ୍ନାରେ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର : ନବୀନ ନିବାସ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଛନ୍ତି ପରିବର I ପୁଅର ହତ୍ୟାକାରୀକୁ ପୁଲିସ ଗିରଫ କରିନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି । ୨୦୨୨ ଚନ୍ଦ୍ରଶେଖରପୁର ଥାନା ଅଂଚଳର ଯୁବକ ଦୈତ୍ୟରାଜ୍ ନାୟକଙ୍କୁ ହତ୍ୟା କରାଯାଇଥିଲା । ଏହି ହତ୍ୟାକାଣ୍ଡରେ ପୋଲିସ କାହାକୁ ଗିରଫ କରୁନଥିବା ଅଭିଯୋଗ ହୋଇଛି । ସୂଚନାନୁସାରେ,୨୦୨୨ରେ ଚନ୍ଦ୍ରଶେଖରପୁର ଥାନା ଅଂଚଳରେ ଜଣେ ନାବାଳକ ଦୈତ୍ୟରାଜ ନାୟକଙ୍କୁ […]

Samaya Live Picture
Published On

ଭୁବନେଶ୍ୱର : ନବୀନ ନିବାସ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଛନ୍ତି ପରିବର I ପୁଅର ହତ୍ୟାକାରୀକୁ ପୁଲିସ ଗିରଫ କରିନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି । ୨୦୨୨ ଚନ୍ଦ୍ରଶେଖରପୁର ଥାନା ଅଂଚଳର ଯୁବକ ଦୈତ୍ୟରାଜ୍ ନାୟକଙ୍କୁ ହତ୍ୟା କରାଯାଇଥିଲା । ଏହି ହତ୍ୟାକାଣ୍ଡରେ ପୋଲିସ କାହାକୁ ଗିରଫ କରୁନଥିବା ଅଭିଯୋଗ ହୋଇଛି ।

ସୂଚନାନୁସାରେ,୨୦୨୨ରେ ଚନ୍ଦ୍ରଶେଖରପୁର ଥାନା ଅଂଚଳରେ ଜଣେ ନାବାଳକ ଦୈତ୍ୟରାଜ ନାୟକଙ୍କୁ ହତ୍ୟା କରାଯାଇଥିଲା । ଏହି ହତ୍ୟାକାଣ୍ଡରେ ପୁଲିସ କାହାକୁ ଗିରଫ କରୁନଥିବା ବେଳେ ବାରମ୍ବାର ପରିବାର ଲୋକଙ୍କ ଆନ୍ଦୋଳନ ପରେ ପୁଲିସ ଗତ ୧୫ ତାରିଖରେ ଅଶୋକ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ହେଲେ ଅନ୍ୟ ଅଭିଯୁକ୍ତ ମାନେ ଏବେବି ବାହାରେ ବୁଲୁଥିବା ବେଳେ ପରିବାର ଲୋକଙ୍କୁ ଆକ୍ରମଣ କରୁଛନ୍ତି । ଏପରିକି ଡ୍ରଗସ୍ କାରବାରରେ ହତ୍ୟା ଅଭିଯୁକ୍ତମାନେ ସଂପୃକ୍ତ ଥିବା ବେଳେ ପୁଲିସ ସେମାନଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହିଁ । ତେଣୁ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ଦାବି କରି ପରିବାର ସଦସ୍ୟ ଆଜି ନବୀନ ନିବାସ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ବର୍ତ୍ତମାନ ପୋଲିସ୍‌ ସମସ୍ତଙ୍କୁ ଉଠାଇ ଥାନାକୁ ନେଇଥିବା ଜଣାଯାଇଛି ।

Tags: