ଡିପଡିପ୍ରେସନର ରୂପ ନେଲା ଲଘୁଚାପ,କାଲି ସକାଳ ସୁଧା ନେଇପାରେ ବାତ୍ୟାର ରୂପ !

ସମୟ ଲାଇଭ,୫/୧୧:  ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି ଯାହାଫଳରେ ଏହା ଆସନ୍ତାକାଲି ସକାଳ ସୁଧା ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗର କେନ୍ଦ୍ରର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆଜି ସକାଳ ପ୍ରାୟ ସାଢ଼େ ୫ଟା ସମୟରେ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି। ପାରାଦୀପଠୁ ୯୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ଅଛି। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର […]

Samaya Live Picture
Published On

ସମୟ ଲାଇଭ,୫/୧୧:  ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି ଯାହାଫଳରେ ଏହା ଆସନ୍ତାକାଲି ସକାଳ ସୁଧା ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗର କେନ୍ଦ୍ରର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆଜି ସକାଳ ପ୍ରାୟ ସାଢ଼େ ୫ଟା ସମୟରେ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି। ପାରାଦୀପଠୁ ୯୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ଅଛି। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ମୁହାଁଇବ। ତେବେ ଏହା କେଉଁ ସ୍ଥାନରେ ସ୍ଥଳଭାଗ ଛୁଇଁବ ତାହା ଜଣାପଡ଼ି ନାହିଁ ବୋଲି ନିର୍ଦ୍ଦେଶକ କହିଛନ୍ତି। ୯ ତାରିଖରେ ଉତ୍ତର ଓଡ଼ିଶାର କିଛ ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସକାଳେ ପବନର ବେଗ ୪୦ରୁ ୫୦ କି.ମି ରହିବ। ଏହି ସମୟରେ ସମୁଦ୍ର ଅସାନ୍ତ ରହିବା ହେତୁ ମତ୍ସଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦଇଛି ପାଣିପାଗ ବିଭାଗ।

Tags: