ପଦ୍ମପୁର ଉପନିର୍ବାଚନ ପାଇଁ ଉପଜିଲ୍ଲାପାଳ ତରଫରୁ ବିଧିବଦ୍ଧ ଜାରି ହେଲା ବିଜ୍ଞପ୍ତି

ପଦ୍ମପୁର: ପଦ୍ମପୁର ଉପନିର୍ବାଚନ ସକାଶେ ଆଜି ପଦ୍ମପୁର ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ତ୍ରିଲୋଚନ ପାତ୍ର ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛନ୍ତି । ପୂର୍ବତନ ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ଗତ ମାସ ୩ତାରିଖରେ ପରଲୋକ ହେବା ପରେ ଓଡ଼ିଶା ବିଧାନସଭାରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଥିଲା । ଏସଂକ୍ରାନ୍ତରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ପୂର୍ବରୁ ବିଜ୍ଞପ୍ତି ଜାରି କରିଥିଲେ । ରିଟର୍ଣ୍ଣିଂ ଅଫିସର ତ୍ରିଲୋଚନ ପାତ୍ରଙ୍କ ବିଜ୍ଞପ୍ତି ଅନୁସାରେ, * ୧୦ […]

Samaya Live Picture
Published On

ପଦ୍ମପୁର: ପଦ୍ମପୁର ଉପନିର୍ବାଚନ ସକାଶେ ଆଜି ପଦ୍ମପୁର ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ତ୍ରିଲୋଚନ ପାତ୍ର ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛନ୍ତି ।

ପୂର୍ବତନ ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ଗତ ମାସ ୩ତାରିଖରେ ପରଲୋକ ହେବା ପରେ ଓଡ଼ିଶା ବିଧାନସଭାରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଥିଲା । ଏସଂକ୍ରାନ୍ତରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ପୂର୍ବରୁ ବିଜ୍ଞପ୍ତି ଜାରି କରିଥିଲେ ।

ରିଟର୍ଣ୍ଣିଂ ଅଫିସର ତ୍ରିଲୋଚନ ପାତ୍ରଙ୍କ ବିଜ୍ଞପ୍ତି ଅନୁସାରେ,
* ୧୦ ତାରିଖଠାରୁ ୧୭ ତାରିଖ ପର୍ଯ୍ୟନ୍ତ ଦିନ ୧୧ରୁ ୩ ଟା ରେ ମନୋନୟ ଦାଖଲ ପ୍ରକ୍ରିୟା ଜାରି ରହିବ

* ଚଳିତ ମାସ ୧୮ ତାରିଖରେ ମନୋନୟନ ପତ୍ର ଯାଞ୍ଚ କରାଯିବ ଏବଂ ୨୧ ତାରିଖ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସମୟ ରହିଛି ।

* ଆସନ୍ତା ମାସ ୫ ତାରିଖରେ ସକାଳ ୭ ଟାରୁ ଅପରାହ୍ନ ୪ ଘଣ୍ଟା ପର୍ଯ୍ୟନ୍ତ ଭୋଟଦାନ କରାଯିବ ।