ଆଜି ଶ୍ରୀଜୀଉଙ୍କ ପଇତା ଲାଗି ନୀତି

ପୁରୀ: ଅପ୍ରେଲ ୨୫: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପଇତା ଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ଲାଗି ହେବା ପରେ ଶ୍ରୀଜୀଉମାନଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହି ପଇତା ଲାଗି ସେବା ଦଇତାପତି ସେବକ ମାନଙ୍କର ଏକ ଗୋଷ୍ଠୀଗତ ସେବା । ଏଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁଙ୍କ ପଇତା ଲାଗି କରାଯାଇଥାଏ । ଏହି ନିତୀ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା […]

Samaya Live Picture
Published On

ପୁରୀ: ଅପ୍ରେଲ ୨୫: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପଇତା ଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ଲାଗି ହେବା ପରେ ଶ୍ରୀଜୀଉମାନଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହି ପଇତା ଲାଗି ସେବା ଦଇତାପତି ସେବକ ମାନଙ୍କର ଏକ ଗୋଷ୍ଠୀଗତ ସେବା । ଏଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁଙ୍କ ପଇତା ଲାଗି କରାଯାଇଥାଏ । ଏହି ନିତୀ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାନ୍ତି । ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳି ଥାନ୍ତି । ପଇତା ବୋଳି ସାରି ପାଟରା ସେବକ ଦେଉଳ କରଣଙ୍କୁ ଯୋଗାଇଥାନ୍ତି । ସେହି ବାହୁଙ୍ଗାପାଟର ପଇତା ଲାଗି କରାଯାଏ ।