ପରଲୋକରେ ପାରଳାଖେମୁଣ୍ଡି ମହାରାଜା: ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର,୧୦/୧: ପରଲୋକରେ ପାରଳାଖେମୁଣ୍ଡି ମହାରାଜା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ତେବେ ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକ ସନ୍ତପ କରି ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ତାଙ୍କ ପରଲୋକ ଓଡ଼ିଶା ପାଇଁ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମେତ ଶେଷ ଦର୍ଶନ ସହ […]

Samaya Live Picture
Published On

ଭୁବନେଶ୍ୱର,୧୦/୧: ପରଲୋକରେ ପାରଳାଖେମୁଣ୍ଡି ମହାରାଜା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ତେବେ ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକ ସନ୍ତପ କରି ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ତାଙ୍କ ପରଲୋକ ଓଡ଼ିଶା ପାଇଁ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମେତ ଶେଷ ଦର୍ଶନ ସହ ଶୋକ ପ୍ରକାଶ କରିଛନ୍ତି ପୁରୀ ଗଜପତି ମହାରାଜା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେହିପରି ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିଧାୟକ ଅନନ୍ତ ଜେନା ଓ ପ୍ରଣବ ପ୍ରକାଶ ଦାସ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ପୂର୍ବାତନ ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓ ଶେଷ ଦର୍ଶନ କରିବା ସାଙ୍ଗକୁ ତାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।

Tags: