୨୪ ଘଣ୍ଟାରେ ଦେଶରେ ୧୧, ୯୧୯ କରୋନା ସଂକ୍ରମିତ ଓ ୪୭୦ ମୃତ

ଦିଲ୍ଲୀ: ନଭେମ୍ବର ୧୮: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧, ୯୧୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧, ୨୪୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୮୫ ହଜାର ୧୩୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ […]

Samaya Live Picture
Published On

ଦିଲ୍ଲୀ: ନଭେମ୍ବର ୧୮: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧, ୯୧୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧, ୨୪୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୮୫ ହଜାର ୧୩୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୨୮ ହଜାର ୭୬୨ ରହିଛି । ୨୪ ଘଣ୍ଟାରେ ଦେଶରେ ୪୭୦ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୪ ହଜାର ୬୨୩ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୯୪ ପ୍ରତିଶତ ରହିଥିଲାବେଳେ ଦେର୍ନିକ ସଂକ୍ରମଣ ହାର ୦.୯୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୧୪. ୪୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।