ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବଢାଗଲା ସୁରକ୍ଷା

ନୂଆଦିଲ୍ଲୀ: ଜୁନ ୨୨: ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି । ଗତକାଲି ନୂଆଦିଲ୍ଲୀରେ ଅନୁଷ୍ଠିତ ବିଜେପି ସଂସଦୀୟ ଦଳ ବୈଠକରେ ଦ୍ରୌପଦୀଙ୍କ ନାଁ ଘୋଷଣା କରାଯିବା ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନzା ପ୍ରେସମିଟରେ ସୂଚନା ଦେଇଥିଲେ । ଏହାପରେ ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ଏବେ ଦ୍ରୌପଦୀ ମୁର୍ମୁଙ୍କୁଙ୍କ ସୁରକ୍ଷାକୁ ବଢାଯାଇଛି । ଏନଡିଏ ପକ୍ଷରୁ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ତାଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଯେଉଁଥିରେ ୧୦ରୁ ଅଧିକ ଏନ୍‌ଏସଜି ସହ ସିଆରପିଏଫ୍‌ କମାଣ୍ଡୋ ରହିଛନ୍ତି । ଆଜି ରାଇରଙ୍ଗପୁର ବାସଭବନରୁ ନିକଟସ୍ଥ ମନ୍ଦିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ବେଳେ ଦ୍ରୌପଦୀଙ୍କ ସହ ଏହି ସୁରକ୍ଷା ବ୍ୟବସ୍ଥା ଦେଖିବାକୁ ମିଳିଥିଲା । ରାଇରଙ୍ଗପୁରରୁ ଭୁବନେଶ୍ୱର ଓ ପରେ ଦିଲ୍ଲୀ ଯାଏ କମାଣ୍ଡୋମାନେ ଦ୍ରୌପଦୀ ମୁର୍ମୁଙ୍କୁ ସୁରକ୍ଷା ଯୋଗାଇବେ । ସୁରକ୍ଷାରେ ୧୦ ଜଣ କମାଣ୍ଡୋଙ୍କୁ ମିଶାଇ ମୋଟ୍‌ ୧୫୦ ଜଣ ସୁରକ୍ଷାକର୍ମୀ ଥାନ୍ତି । ୫ଟି ବୁଲେଟ୍‌ ପ୍ରୁଫ୍‌ କାର୍‌ ବି ସୁରକ୍ଷାରେ ମୁତୟନ ହୋଇଥାଏ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ରାହୁଲ ଗାନ୍ଧୀ, ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ଭଳି ବ୍ୟକ୍ତି ବିଶେଷଙ୍କୁ ସୁରକ୍ଷା ଦିଆଯାଉଛିେ ।

Comments are closed.