ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ନୂଆ ଦେହେଲି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ବାଇକ ସହ ଭ୍ୟାନ୍ ଧକ୍କା ହେବାରୁ ଘଟଣାସ୍ଥଳରେ ବାପା ଏବଂ ୬ ବର୍ଷ ପୁଅର ମୃତ୍ୟୁ ଘଟିବା ସହିତ ୧୨ ବର୍ଷର ଝିଅ ଏବଂ ମା’ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳରୁ ସମସ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଝିଅର ମଧ୍ୟ ମୃତ୍ୟୁ ଘଟିଥିବା ସୂଚନା ମିଳିଛି ।
ସୂଚନାନୁସାରେ,ସୋମବାର ସକାଳେ ବାପା, ମାଆ, ପୁଅ ଏବଂ ଝିଅ ୪ ଜଣ ଏକ ବାଇକ୍ ରେ ଆସୁଥିବାବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଭ୍ୟାନ୍ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବାପା ଏବଂ ପୁଅର ମୃତ୍ୟୁ ହୋଇଥିବାବେଳେ ମାଆ ଏବଂ ଝିଅ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ନର୍ଲା ମେଡିକାଲରେ ଭର୍ତ୍ତି କରିଛନ୍ତି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Comments are closed.