ଆମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାର ନାଁକୁ ବିଶ୍ୱସ୍ତରରେ ପରିଚିତ କରାଇଛନ୍ତି ଦେଶର ବର୍ତ୍ତମାନର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଯିଏ ହେଉଛନ୍ତି ପ୍ରଥମ ଓଡିଆ ଆଦିବାସୀ ମହିଳା ରାଷ୍ଟ୍ରପତି । ୧୯୫୮ ମସିହା ଜୁନ ୨୦ ତାରିଖରେ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାସ୍ଥିତ ବାଇଦାପୋଷିଠାରେ ଏକ ସାନ୍ତାଳୀ ପରିବାରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା, ହେଲେ ତାଙ୍କୁ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ତାଙ୍କ ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ […]

ଆମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Samaya Live Picture
Published On

ଓଡ଼ିଶାର ନାଁକୁ ବିଶ୍ୱସ୍ତରରେ ପରିଚିତ କରାଇଛନ୍ତି ଦେଶର ବର୍ତ୍ତମାନର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଯିଏ ହେଉଛନ୍ତି ପ୍ରଥମ ଓଡିଆ ଆଦିବାସୀ ମହିଳା ରାଷ୍ଟ୍ରପତି । ୧୯୫୮ ମସିହା ଜୁନ ୨୦ ତାରିଖରେ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାସ୍ଥିତ ବାଇଦାପୋଷିଠାରେ ଏକ ସାନ୍ତାଳୀ ପରିବାରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା, ହେଲେ ତାଙ୍କୁ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ତାଙ୍କ ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ ଟୁଡୁ । ତାଙ୍କ ବାପା ଓ ଜେଜେବାପା ଉଭୟ ପଞ୍ଚାୟତିରାଜ ଶାସନ ବ୍ୟବସ୍ଥାରେ ଗାଁ ମୁଖିଆ ଥିଲେ । ନିଜ ପରିବାରରୁ ସେ ତେଣୁ ନେତୃତ୍ୱ ନେବାକୁ ପ୍ରେରଣା ଲାଭ କରିଛନ୍ତି ।
ସେ ଉପର ବେଡା ପ୍ରାଥମିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ । ଏହାପରେ ଭୁବନେଶ୍ୱର ଆସିୟୁନିଟ୍‌-୨ ବାଳିକା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ କରିଥିଲେ ଓ ରମାଦେବୀ ମହିଳା ମହାବିଦ୍ୟାଳୟରେ କଳାରେ ସ୍ନାତକ ପର୍ଯ୍ୟନ୍ତ ଶିକ୍ଷାଗ୍ରହଣ କରିଥିଲେ । ବୃତ୍ତିଗତ ଜୀବନରେ ସେ ଓଡ଼ିଶା ସରକାରଙ୍କ ଜଳସେଚନ ଓ ବିଦ୍ୟୁତ ବିଭାଗରେ କନିଷ୍ଠ ସହାୟିକା ଭାବେ କାର୍ଯ୍ୟ କରିଥିଲେ । ୧୯୯୭ ମସିହାରେ ସେ ରାଜନୀତିରେ ପ୍ରବେଶ କରିଥିଲେ । ଓ୍ୱାର୍ଡ ସଦସ୍ୟା ଭାବେ ନିର୍ବାଚିତ ହେବା ପରେ ରାଇରଙ୍ଗପୁର ପୌରାଧ୍ୟକ୍ଷା ପଦ ସମ୍ଭାଳିଥିଲେ । ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ୨୦୦୦ ଏବଂ ୨୦୦୪ରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ମିଳିତ ସରକାରରେ ସେ ବାଣିଜ୍ୟ ଏବଂ ପରିବହନ ବିଭାଗର ରାଷ୍ଟ୍ରମନ୍ତ୍ରୀ ଭାବେ ମାର୍ଚ୍ଚ ୬, ୨୦୦୦ରୁ ଅଗଷ୍ଟ ୬, ୨୦୦୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ରାଷ୍ଟ୍ରମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ । ୨୦୧୫ ମସିହାରେ ସେ ଝାଡ଼ଖଣ୍ଡର ରାଜ୍ୟପାଳଭାବେ ଦାୟିତ୍ୱ ନେଇଥିଲେ । ସେ ୨୦୨୧ ପର୍ଯ୍ୟନ୍ତ ଏହି ଦାୟିତ୍ୱ ତୁଲାଇଥିଲେ । ଏହାପରେ ୨୦୨୨ ଜୁଲାଇ ୨୬ରେ ସେ ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଇଥଇଲେ ।