କୁମ୍ଭ ମେଳା
କୁମ୍ଭ ମେଳା, ହିନ୍ଦୁ ଧର୍ମର ପରମ୍ପରା ଓ ସଂସ୍କୃତିରେ ଏକ ମହାମେଳା ବା ମହାପର୍ବ । ଏହାସହ ମକର ସଂକ୍ରାନ୍ତିର ରହିଛି ନିବିଡ ସମ୍ପର୍କ । ଏହା ଭାରତ ଉପଖଣ୍ଡର ତ୍ରିବେଣୀ ସଙ୍ଗମଠାରେ ଆୟୋଜିତ ହୁଏ । ୧୨ ବର୍ଷରେ ଥରେ ଆୟୋଜନ ହୋଇଥାଏ ମହାକୁମ୍ଭ । ଏହା ଅଲଗା ଅଲଗା ସ୍ଥାନ ହରିଦ୍ୱାର, ପ୍ରୟାଗ, ଉଜ୍ଜୟିନୀ ଓ ନାଶିକରେ ଅନୁଷ୍ଠିତ ହୋଇଥାଏ । ଗଙ୍ଗା-ଯମୁନା-ସରସ୍ୱତୀର ସଙ୍ଗମସ୍ଥଳରେ ମହାକୁମ୍ଭମେଳା ସମୟରେ ଲକ୍ଷ ଲକ୍ଷ ସାଧୁସନ୍ଥ ତଥା ହିନ୍ଦୁ ଶ୍ରଦ୍ଧାଳୁ ସ୍ନାନ କରି ପୂଣ୍ୟ ଅର୍ଜନ କରନ୍ତି । ହିନ୍ଦୁମତେ ପବିତ୍ର ଗଙ୍ଗା, ଯମୁନା ଓ ପୌରାଣିକ ସରସ୍ୱତୀ ନଦୀର ସଙ୍ଗମ ସ୍ଥଳରେ ରାଜକୀୟ ସ୍ନାନ ଓ ଦର୍ଶନ ନିମନ୍ତେ ଦେଶର ବିଭିନ୍ନ ପ୍ରାନ୍ତରୁ ଲକ୍ଷ ଲକ୍ଷ ସାଧୁ, ସନ୍ଥ, ବାବାଜୀ, ମହନ୍ତ, ଧର୍ମଗୁରୁଙ୍କ ସମେତ ପ୍ରାୟ ୧୦କୋଟି ଶ୍ରଦ୍ଧାଳୁ ଏକତ୍ର ହୋଇଥାନ୍ତି । ପୌରାଣିକ ମତେ ଅମୃତ ପାଇଁ ଦେବାସୁରଙ୍କ ମଧ୍ୟରେ ସଂଘର୍ଷ ଚାଲିଥିବା ବେଳେ ଉକ୍ତ ପାତ୍ରରୁ ଚାରିଟୋପା ଅମୃତ ଚାରୋଟି ସ୍ଥାନ ପ୍ରୟାଗରାଜ, ହରିଦ୍ୱାର, ଉଜ୍ଜୈନ ଓ ନାଶିକରେ ପଡ଼ିଯାଇଥିଲା । ଏବେ ସେହି ଚାରୋଟି ସ୍ଥାନରେ କୁମ୍ଭମେଳା ଅନୁଷ୍ଠିତ ହେଉଛି ।



