ଓଡ଼ିଶାରେ ମକର ସଂକ୍ରାନ୍ତି
ଓଡ଼ିଶା କୃଷି ଭିତ୍ତିକ ରାଜ୍ୟ I ଏଠାରେ ୧୨ ମାସରେ ୧୩ ପର୍ବ ପାଳନ କରାଯାଏ I ସମସ୍ତ ପର୍ବ ରେ କିଛି ବିଶେଷ ମହତ୍ତ୍ୱ ଥାଏ I ସେଥି ମଧ୍ୟରୁ ମକର ସଂକ୍ରାନ୍ତି ଅନ୍ୟତମ I ଏହାକୁ ମଧ୍ୟ କୃଷି ସହିତ ଯୋଡ଼ା ଯାଇଥାଏ I ଏହି ସମୟରେ ପୌଷ ମାସ ସାରି ଆସିଥିବାରୁ,କୃଷି କାର୍ଯ୍ୟ ମଧ୍ୟ ସାରି ଯାଇଥାଏ I ତେଣୁ ମକର ପର୍ବଟିକୁ ସମସ୍ତ ପରିବାର ସଦସ୍ୟ ମିଶି ଆନନ୍ଦ ରେ ପାଳନ […]
ଓଡ଼ିଶା କୃଷି ଭିତ୍ତିକ ରାଜ୍ୟ I ଏଠାରେ ୧୨ ମାସରେ ୧୩ ପର୍ବ ପାଳନ କରାଯାଏ I ସମସ୍ତ ପର୍ବ ରେ କିଛି ବିଶେଷ ମହତ୍ତ୍ୱ ଥାଏ I ସେଥି ମଧ୍ୟରୁ ମକର ସଂକ୍ରାନ୍ତି ଅନ୍ୟତମ I ଏହାକୁ ମଧ୍ୟ କୃଷି ସହିତ ଯୋଡ଼ା ଯାଇଥାଏ I ଏହି ସମୟରେ ପୌଷ ମାସ ସାରି ଆସିଥିବାରୁ,କୃଷି କାର୍ଯ୍ୟ ମଧ୍ୟ ସାରି ଯାଇଥାଏ I ତେଣୁ ମକର ପର୍ବଟିକୁ ସମସ୍ତ ପରିବାର ସଦସ୍ୟ ମିଶି ଆନନ୍ଦ ରେ ପାଳନ କରିଥାନ୍ତି I ପ୍ରତ୍ୟେକ ଘରେ ମକର ଚାଉଳ ଏବଂ ନୂଆ ଚାଉଳ ଓ ଗୁଡ଼ ମିଶାଇ ଆରିଷା ପିଠା ତିଆରି କରାଯାଏ I
ଏହି ଦିନ ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ ପ୍ରବେଶ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ । ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । କୁହାଯାଏ ମକର ତିଳଉ ଖାଇ ଦିନ ତିଳେ ତିଳେ ବଢେ I ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେବୀ ସଂକ୍ରାନ୍ତି ଏହି ତିଥିରେ ଶଙ୍କରାସୁରକୁ ବଧ କରିଥିଲେ । ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ସମୟରେ ଯେଉଁମାନଙ୍କର ପରଲୋକ ହୁଏ, ସେମାନଙ୍କୁ ସ୍ୱର୍ଗଲୋକ ପ୍ରାପ୍ତ ହୁଏ ବୋଲି ହିନ୍ଦୁମାନେ ବିଶ୍ୱାସ କରନ୍ତି । ଏହି ମକର ସଂକ୍ରାନ୍ତିର ପୂଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ । ତେଣୁ କେଉଁ ଆବାହମାନ କାଳରୁ ସରୋବର, ନଦୀ ତଟ, ମହୋଦଧି ତୀର ପ୍ରଭୃତି ପବିତ୍ର ସ୍ଥାନମାନଙ୍କରେ ମକର ମେଳା, ସାଧୁସଙ୍ଗ ଓ ମହୋତ୍ସବର ପରମ୍ପରା ଚାଲିଆସିଛି । ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି । ମକର ସଂକ୍ରାନ୍ତି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଥାଏ । ବିଶ୍ୱାସ କରାଯାଏ, ଏହି କାଳ ମଧ୍ୟରେ ମୃତୁ୍ୟବରଣ କରୁଥିବା ମନୁଷ୍ୟ ବିଷ୍ଣୁଲୋକରେ ସ୍ଥାନ ପାଇଥାଏ । ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରେ ଅନ୍ୟତମ ‘ଉତ୍ତରାୟଣ ଯାତ୍ରା’ ବା ମକର ସଂକ୍ରାନ୍ତି ଉତ୍ସବ ମହା ସମାରୋହରେ ପାଳିତ ହୋଇଥାଏ । ଏହି ଯାତ୍ରା ସମ୍ବନ୍ଧରେ ସ୍କନ୍ଧପୁରାଣରେ ଉଲ୍ଲେଖ ରହିଛି ଯେ, ମହା ପୁଣ୍ୟମୟ ମକର ସଂକ୍ରାନ୍ତି ଦିନ ଶ୍ରୀକ୍ଷେତ୍ରରେ ତୀର୍ଥରାଜ ମହୋଦଧିରେ ସ୍ନାନ କରି ଶ୍ରୀମନ୍ଦିରରେ କଳ୍ପବଟ ପ୍ରଦକ୍ଷିଣପୂର୍ବକ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଅଶେଷ ଫଳପ୍ରାପ୍ତି ହୋଇଥାଏ ।




