ମାଣବସା ଗୁରୁବାର 

ମାଣବସା ଗୁରୁବାର 
Ipsita Picture
By: Ipsita


ଓଡ଼ିଶାରେ ପାଳିତ ଅନେକ ପର୍ବଭିତରେ ମାଣବସା ଅନ୍ୟତମ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା ଧାନବେଣୀରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ । ଚାଉଳ ଆଦି ଶସ୍ୟ ମାପିବା ପାଇଁ ମାଣ ବ୍ୟବହାର ହୋଇଥାଏ । ଏହି ଓଷାରେ ଧାନମାଣ ବସାଇ ତାହାକୁ ପୂଜା କରାଯାଉଥିବାରୁ ଓଷାଟି ମାଣବସା ନାମରେ ଜଣାଶୁଣା ।

Read More ପଥରକୁ ଚାଟି ଡାଇନୋସର ଖୋଜା

Tags: