ପଞ୍ଚୁକ

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବା ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳାନବମୀ, ରାଧାପାଦ ଦର୍ଶନ ଦିବସଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ଅନେକ ଲୋକ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ […]

ପଞ୍ଚୁକ
Samaya Live Picture
Published On

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବା ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳାନବମୀ, ରାଧାପାଦ ଦର୍ଶନ ଦିବସଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ଅନେକ ଲୋକ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥାନ୍ତି ।
କିମ୍ବଦନ୍ତୀ
ଏହି ପାଞ୍ଚଦିନ ବଗ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହେ ବୋଲି କଥିତ ରହିଛି । ଯେଉଁ କାରଣରୁ ଏହାକୁ “ବକ ପଞ୍ଚକ” ମଧ୍ୟ କୁହାଯାଏ । ଶର ଶଯ୍ୟା ଉପରେ ଶାୟିତ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ସେ ଭୀଷ୍ମଙ୍କୁ କହିଲେ, “ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ଜଳର ଇଚ୍ଛା କରିଛନ୍ତି । ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯାହାଦ୍ୱାରା ଆପଣଙ୍କର ଦେହମନ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ ଓ ଏହା ପ୍ରତିବର୍ଷ ପାଳିତ ହେବ” । ସାଧାରଣତଃ ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଲୋକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନକରନ୍ତି । କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଏକଲକ୍ଷ ତୁଳସୀପତ୍ର ଚଢ଼ାଇ ବିଷ୍ଣୁଙ୍କୁ ପୂଜାକଲେ ସମସ୍ତ ଦେବତା ପ୍ରସନ୍ନ ହୋଇ ବର ପ୍ରଦାନ କରନ୍ତି ବୋଲି ଲୋକ ବିଶ୍ୱାସ ମଧ୍ୟ ରହିଛି ।
ଶ୍ରୀମନ୍ଦିରରେ ପଞ୍ଚକ
ଏହି ଅବସରରେ ଜଗନ୍ନାଥ ମନ୍ଦିରରେ ଠାକୁରମାନଙ୍କୁ ଆକର୍ଷଣୀୟ ବେଶରେ ସୁସଜ୍ଜିତ କରାଯାଏ ।
ଏକାଦଶୀରେ: ଲକ୍ଷ୍ମୀନାରାୟଣ ବେଶ
ଦ୍ୱାଦଶୀରେ: ବାଙ୍କଚୂଡ଼ା ବେଶ
ତ୍ରୟୋଦଶୀରେ: ତ୍ରିବିକ୍ରମ ବେଶ
ଚତୁର୍ଦ୍ଦଶୀରେ: ଲକ୍ଷ୍ମୀନୃସିଂହ ବେଶ
ପୂର୍ଣ୍ଣମୀରେ: ରାଜରାଜେଶ୍ୱର ବେଶ
ମଳତିଥିରେ: ନାଗାର୍ଜୁନ ବେଶ
ପ୍ରତ୍ୟହ ଅବକାଶ ନୀତି ଶେଷହେବା ପରେ ତିନିଠାକୁରଙ୍କୁ ଏହିସବୁ ବେଶରେ ସଜ୍ଜିତ କରାଯାଏ । ବେଶ ଥାଇ ଠାକୁରମାନଙ୍କ ଗୋପାଳବଲ୍ଲଭ, ସକାଳଧୂପ, ବାଳଧୂପ ଓ ଭୋଗମଣ୍ଡପ ନୀତି ଆଦି ଅନୁଷ୍ଠିତ ହୋଇଥାଏ । ଭୋଗମଣ୍ଡପ ନୀତି ଶେଷହେବା ପରେ ଏହି ବେଶ ଓ ଅଳଙ୍କାର ଆଦି ମଇଲମ ହୋଇ ମଧ୍ୟାହ୍ନଧୂପ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ଜଗନ୍ନାଥଙ୍କ ପଞ୍ଚୁକ ପାଞ୍ଚଦିନ ଏହି ବେଶ ଦର୍ଶନ କରିବାକୁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଥାଏ । କାର୍ତ୍ତିକ ମାସରେ ପଞ୍ଚୁକ ଛଅ ଦିନ ପଡ଼ିଲେ ମଳତିଥି ଦିନ ଜଗନ୍ନାଥଙ୍କର ନାଗାର୍ଜୁନ ବେଶ ଅନୁଷ୍ଠିତ ହୁଏ ।

Tags: