ରାମ ନବମୀ କଥା

ଚୈତ୍ର ଶୁକ୍ଳ ନବମୀ ତିଥି ରାମ ନବମୀ ରୂପେ ପରିଚିତ । ଏହି ଦିନ ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ ଥିଲେ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା […]

Samaya Live Picture
Published On

ଚୈତ୍ର ଶୁକ୍ଳ ନବମୀ ତିଥି ରାମ ନବମୀ ରୂପେ ପରିଚିତ । ଏହି ଦିନ ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ ଥିଲେ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ ।

ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ ।

ଭଗବାନ ବିଷ୍ଣୁଙ୍କ ସପ୍ତମ ଅବତାର ରୂପେ ପ୍ରଭୁ ଶ୍ରୀ ରାମଚନ୍ଦ୍ର ସ୍ୱଇଚ୍ଛାରେ ଧରା ପୃଷ୍ଠ ରେ ଅବତରଣ କଲେ I ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଏହାପରେ ପ୍ରଭୁ ଶ୍ରୀ ରାମ ଚନ୍ଦ୍ର ଅନୁଜ ଲକ୍ଷ୍ମଣ ଓ ମତ ସୀତାଙ୍କ ସହିତ ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି ।

ପ୍ରଭୁ ଶ୍ରୀରାମ ଚନ୍ଦ୍ର ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ଏହାପରେ ପ୍ରଭୁ ଶ୍ରୀ ରାମଚନ୍ଦ୍ର ବାନର ସେନାଙ୍କୁ ଧରି ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ମତ ସୀତାଙ୍କୁ ଉଦ୍ଧାର କରିଥିଲେ I ସେତେବେଳକୁ ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ପ୍ରଭୁ ଶ୍ରୀରାମଚନ୍ଦ୍ର ରାଜଧର୍ମ ପାଳନ ଅବସରରେ ମାତା ସୀତା ଅଗ୍ନିପରୀକ୍ଷା ଦେଇଥିଲେ। ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।

Tags: RAMNAVAMI