ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି,୪ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ
ପୁରୀ : ଆଜି ମାର୍ଗଶିର ଶୁକ୍ଳ ସପ୍ତମୀ ତିଥି ବୁଧୁବାର, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ବନକ ଲାଗି ନୀତି I ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ଭିତରୁ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ଭିତରେ ପ୍ରବେଶ କରିବେ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ […]
ପୁରୀ : ଆଜି ମାର୍ଗଶିର ଶୁକ୍ଳ ସପ୍ତମୀ ତିଥି ବୁଧୁବାର, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ବନକ ଲାଗି ନୀତି I ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ଭିତରୁ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ଭିତରେ ପ୍ରବେଶ କରିବେ।
ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ । ବନକଲାଗି ଶେଷ ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ଏହାପରେ ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ବଡ଼ ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ।




