ଆଜି ଧନୁ ସଂକ୍ରାନ୍ତି,ଶ୍ରୀ ମନ୍ଦିରରେ ଲାଗି ହେଲା ପହିଲି ଭୋଗ
ପୁରୀ : ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି I ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେଉଛି ପହିଲି ଭୋଗ ନୀତି I ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ମା’ମହାଲକ୍ଷ୍ମୀ ପିତ୍ରାଳୟ ଯିବାର ବିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା, ପ୍ରଭୁଙ୍କ ପାଇଁ ପ୍ରସାଦ ରାନ୍ଧିବେ I ଏଥିପାଇଁ ସଅଳ ନୀତିକାନ୍ତି ହେବ। ସଅଳ ମହାପ୍ରସାଦ ବାହାରିବ। ସଅଳ ଦ୍ବାରଫିଟା ଓ ସଅଳ ପହୁଡ଼ ବି ହେବ। ଏହି ଉପଲକ୍ଷେ ଛତିଶାନିଯୋଗ ବୈଠକରେ […]
ପୁରୀ : ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି I ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେଉଛି ପହିଲି ଭୋଗ ନୀତି I ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ମା’ମହାଲକ୍ଷ୍ମୀ ପିତ୍ରାଳୟ ଯିବାର ବିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା, ପ୍ରଭୁଙ୍କ ପାଇଁ ପ୍ରସାଦ ରାନ୍ଧିବେ I ଏଥିପାଇଁ ସଅଳ ନୀତିକାନ୍ତି ହେବ। ସଅଳ ମହାପ୍ରସାଦ ବାହାରିବ। ସଅଳ ଦ୍ବାରଫିଟା ଓ ସଅଳ ପହୁଡ଼ ବି ହେବ। ଏହି ଉପଲକ୍ଷେ ଛତିଶାନିଯୋଗ ବୈଠକରେ ଚୂଡ଼ାନ୍ତ ସ୍ବତନ୍ତ୍ର ନୀତିକାନ୍ତିକୁ ଗୁରୁବାର ଦିନ ପରିଚାଳନା କମିଟି ଅନୁମୋଦନ କରିଛି।
ଚୂଡ଼ାନ୍ତ ନୀତି ଅନୁଯାୟୀ, ପ୍ରତିଦିନ ରାତି ୨ଟାରୁ ଦ୍ବାରଫିଟା ଓ ଭୋର ୫ଟା ୨୦ରେ ପହିଲି ଭୋଗ ନୀତି ହେବ। ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ ତଥା ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡା, କାକେରା, ଅମାଲୁ, ନଳୀ, ଏଣ୍ଡୁରି, ମୁଗେଇ, ଚଢ଼େଇ ନଦା , ଲଡ଼ୁ, ଗଜା, ଗଇଁଠା, ମଣ୍ଡା ଓ ଖଇର ଚୁଳ ଭଳି ବିଭିନ୍ନ ପ୍ରକାର ବ୍ୟଞ୍ଜନ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ କରି ଲାଗି କରାଯାଇଛି I
ସେହିଭଳି ଜାନୁଆରି ୬ ତାରିଖରେ ଦେବାଭିଷେକ ପୂର୍ଣ୍ଣିମାରେ ପୂର୍ବାହ୍ନ ସାଢ଼େ ୧୧ଟାରେ ମହାପ୍ରଭୁ ଶ୍ରୀପୟର ଲାଗି ଅଭିଷେକ ବେଶ ହେବେ। ଜାନୁଆରି ୧୪ ତାରିଖ ମକର ସଂକ୍ରାନ୍ତିରେ ପୂର୍ବାହ୍ଣ ୧୦ଟାରେ ନୂଆଲୁଗା ଲାଗି ହୋଇ ମହାପ୍ରଭୁ ମକର ବେଶରେ ଦର୍ଶନ ଦେବେ।




