ଆଜି ତ୍ରୟୋଦଶୀ ତିଥିରେ ଶ୍ରୀଜିଉ ତ୍ରିବିକ୍ରମ ବେଶ ଓ ଧବଳେଶ୍ୱର ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି

ପୁରୀ : ଆଜି କାର୍ତିକ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥି I ପଞ୍ଚୁକର ୩ୟ ଦିନରେ ଶ୍ରୀ ମନ୍ଦିରରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ I ଶ୍ରୀଜୀଉଙ୍କ ଏହି ଦୁର୍ଲ୍ଲଭ ବେଶ ଦେଖିବା ପାଇଁ ଶ୍ରୀ ମନ୍ଦିରରେ ଶ୍ରଦ୍ଧାଳୁମାନଙ୍କର ପ୍ରବଳ ଭିଡ଼ ଦେଖିବାକୁ ମିଳିଛି I ଏହାକୁ ଆଡିକିଆ ବେଶ ମଧ୍ୟ କୁହାଯାଏ I ଏହି ବେଶରେ ଠାକୁର ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇ ଅତ୍ୟନ୍ତ ଚିତ୍ତାକର୍ଷକ ବେଶ ଧାରଣ କରିଥାନ୍ତି । ମହାପ୍ରଭୁଙ୍କ ଅବକାଶ […]

Samaya Live Picture
Published On

ପୁରୀ : ଆଜି କାର୍ତିକ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥି I ପଞ୍ଚୁକର ୩ୟ ଦିନରେ ଶ୍ରୀ ମନ୍ଦିରରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ I ଶ୍ରୀଜୀଉଙ୍କ ଏହି ଦୁର୍ଲ୍ଲଭ ବେଶ ଦେଖିବା ପାଇଁ ଶ୍ରୀ ମନ୍ଦିରରେ ଶ୍ରଦ୍ଧାଳୁମାନଙ୍କର ପ୍ରବଳ ଭିଡ଼ ଦେଖିବାକୁ ମିଳିଛି I ଏହାକୁ ଆଡିକିଆ ବେଶ ମଧ୍ୟ କୁହାଯାଏ I ଏହି ବେଶରେ ଠାକୁର ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇ ଅତ୍ୟନ୍ତ ଚିତ୍ତାକର୍ଷକ ବେଶ ଧାରଣ କରିଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକ ମାନେ ଏହି ବେଶ କରିଥାନ୍ତି। ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତ୍ତାକର୍ଷକ ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି । ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି ।

ଆସନ୍ତା କାଲି ମହାପ୍ରଭୁଙ୍କ ଲଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ । ସେପଟେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଲାଗି ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି ବ୍ୟବସ୍ଥା ହୋଇଛି । ସେହିପରି ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ହେଲପ ଡେସ୍କ ଓ ବିଶ୍ରାମ ପାଇଁ ବ୍ୟବସ୍ଥା କରାଯାଇଛି ।

ସେପଟେ ଆଜି ବାବା ଧବଳେଶ୍ୱରଙ୍କର ବଡ଼ଓଷା I ଧର୍ମମାସ କାର୍ତ୍ତିକ ତ୍ରୟୋଦଶୀରେ ଏହା ହେଉଛି ଏକ ବଡ଼ ପର୍ବ । ଆଜିର ଏହି ବେଶ ଦର୍ଶନ କରିବା ପାଇଁ ମନ୍ଦିରରେ ଭୋରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ବଡ଼ଓଷାରେ ପୀଠରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର । ଆଜି ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧିକ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗିହେବ ଗଜଭୋଗ ଓ ତରଣ। ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦ୍ଯାପନ କରିଥାନ୍ତି। ସେଥିପାଇଁ ଆଜି ରାତି ୩ଟାରେ ଦ୍ଵାର ଫିଟାଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ, ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ନୀତିକାନ୍ତି ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ମଧ୍ୟ ରାତ୍ରରେ ଗଜ ଭୋଗ ଲାଗି ହେବା ପରେ ଭୋରରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ବିତରଣ କରାଯିବ।

Tags: