କୁହୁଡି ନେଇ ୩ ଜିଲ୍ଲାକୁ ଜାରି ହେଲା ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଏବେ ଶୀତର ପ୍ରକୋପ ଧୀରେ ଧୀରେ ବଢିବାରେ ଆରମ୍ଭ କରିଛି। ଚାରିଆଡେ ସକାଳ ସମୟରେ ଘନ କୁହୁଡି ମଧ୍ୟ ଦେଖିବାକୁ ମିଳୁଛି। ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ମାତ୍ର ଆସନ୍ତା ୨୭ରେ ୪ଟି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ। ସେହି ଚାରିଗୋଟି ଜିଲ୍ଲା ଗୁଡିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ପୁରୀ। ଏହି ଜିଲ୍ଲା ଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ।

ଅନ୍ୟପଟେ ୨୮ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି। ତେବେ ଆଗାମୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ।

Launching Ceremony of “AYUSHMAN BHARAT

Comments are closed.