ଆଜିଠାରୁ ଗୁଣ୍ଡିଚା ମନ୍ଦିରରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିରାଜିଲେ ଚତୁର୍ଦ୍ଧା ମୂର୍ତ୍ତି । ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରଥ ଉପରେ ଶ୍ରୀବିଗ୍ରହଙ୍କ ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟାଧୂପ ପରେ ଗୋଟି ପହଣ୍ଡିରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ବଡ ଠାକୁର ଜଗନ୍ନାଥ ଜନ୍ମବେଦୀକୁ ଯାଇଛନ୍ତି।

ଆଜିଠାରୁ ଗୁଣ୍ଡିଚା ମନ୍ଦିରରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ । ଏଥିପାଇଁ ଶରଧାବାଲିରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ବ୍ୟାରିକେଡରେ ଯାଇ ନାକଚଣା ଦ୍ବାର ଦେଇ ପ୍ରସ୍ଥାନ କରିବାକୁ ହୋଇଛି ବ୍ୟବସ୍ଥା । ଆଜି ଆଷାଢ ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ଥିବାରୁ ଶ୍ରୀ ବିଗ୍ରହଙ୍କ ବନକଲାଗି କରାଯିବ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ଆପାତତଃ ରାତି ୯ଟାରୁ ବିଳମ୍ବିତ ୨ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି ୨ ଟା ପରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ । ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ ।

ମଙ୍ଗଳବାର ଦିନ ହେରାପଞ୍ଚମୀରେ ମାଆ ଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଆସିବାକୁ ଥିବାରୁ ଏହା ପୂର୍ବରୁ ବନକଲାଗି ନୀତି ଶେଷ କରାଯିବ ।

Govt

Comments are closed.