ଚେନ୍ନାଇ: ତାମିଲନାଡ଼ୁର ଏକ ଘରୋଇ ହସ୍ପିଟାଲ୍ରେ ଭୟାବହ ଅଗ୍ନିକାଣ୍ଡ । ଏଥିରେ ୬ ଜଣ ରୋଗୀ ଜୀବନ୍ତ ଦଗ୍ଧ ହୋଇଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଡିଣ୍ଡିଗୁଲର ଏକ ଅର୍ଥୋପେଡିକ୍ ହସ୍ପିଟାଲ୍ରେ ନିଆଁ ଲାଗିଥିବା ନେଇ ସୂଚନା ମିଳିଛି । ସେଠାରେ ଚିକିତ୍ସାଧୀନ ଥିବା ୨୯ ଜଣ ରୋଗୀଙ୍କୁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ଅଗ୍ନିଶମ ବାହିନୀ ।
ସୂଚନା ଅନୁସାରେ, ଗତକାଲି ରାତି ପ୍ରାୟ ୧୦ଟା ସମୟରେ ତାମିଲନାଡୁର ଡିଣ୍ଡିଗୁଲର ଏକ ଘରୋଇ ହସ୍ପିଟାଲରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଥିଲା । ଖବରପାଇ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା ଅଗ୍ନିଶମ ବାହିନୀ। ଡାକ୍ତରଖାନାରେ ଫସି ରହିଥିବା ପ୍ରାୟ ୧୦୦ ଲୋକଙ୍କୁ ଉଦ୍ଧାର କରିବା ପାଇଁ ତିନୋଟି ଅଗ୍ନିଶମ ବାହିନୀ ଗାଡି ନିୟୋଜିତ ହୋଇଥିଲା । ସେହିପରି ଲୋକଙ୍କୁ ସ୍ଥାନାନ୍ତର ପାଇଁ ୪୦ଟି ଆମ୍ବୁଲାନ୍ସ ନିୟୋଜିତ ହୋଇଥିଲା । ଅଗ୍ନିକାଣ୍ଡରେ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ତିନିଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଅନ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

Comments are closed.