ଅଭିଷେକ ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ଝଟ୍କା
କୋଲକାତା : ତୃଣମୂଳ କଂଗ୍ରେସ ସାଂସଦ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍କା ଲାଗିଛି। ପଶ୍ଚିମ ବଙ୍ଗରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ଦିଗରେ ଖୋଳତାଡ଼ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଜାରି ହୋଇଥିବା ସମନ ବିରୋଧରେ ଅଭିଷେକ ସୁପ୍ରିମକୋର୍ଟରେ କରିଥିବା ଆବେଦନ ଖାରଜ ହୋଇଯାଇଛି। ଇଡିର ସମନ ବିରୋଧରେ ଅଭିଷେକଙ୍କ ପତ୍ନୀ କରିଥିବା ଆବେଦନକୁ ମଧ୍ୟ ସୁପ୍ରିମକୋର୍ଟ ଖାରଜ କରି […]
କୋଲକାତା : ତୃଣମୂଳ କଂଗ୍ରେସ ସାଂସଦ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍କା ଲାଗିଛି। ପଶ୍ଚିମ ବଙ୍ଗରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ଦିଗରେ ଖୋଳତାଡ଼ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଜାରି ହୋଇଥିବା ସମନ ବିରୋଧରେ ଅଭିଷେକ ସୁପ୍ରିମକୋର୍ଟରେ କରିଥିବା ଆବେଦନ ଖାରଜ ହୋଇଯାଇଛି। ଇଡିର ସମନ ବିରୋଧରେ ଅଭିଷେକଙ୍କ ପତ୍ନୀ କରିଥିବା ଆବେଦନକୁ ମଧ୍ୟ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ଉଲ୍ଲେଖଯୋଗ୍ୟ , ପଶ୍ଚିମ ବଙ୍ଗର ସ୍କୁଲଗୁଡ଼ିକରେ ଶିକ୍ଷକ ନିଯୁକ୍ତିରେ ଅଭିଷେକ ବାନାର୍ଜୀ ଓ ତାଙ୍କ ପତ୍ନୀ ରୁଜିରା ବାନାର୍ଜୀ କୋଟି କୋଟି ଟଙ୍କାର ଘୋଟାଲ କରିଥିବା ଅଭିଯୋଗ ହୋଇଥିବା ବେଳେ ଇଡି ଏହାର ତଦନ୍ତ କରୁଛି। ଇଡି ପକ୍ଷରୁ ପଚରାଉଚରା ପାଇଁ ଅଭିଷେକ ବାନାର୍ଜୀଙ୍କୁ ଅନେକ ଥର ସମନ ପଠାଯାଇଥିଲେ ହେଁ ସେ ଏହାକୁ ଏଡ଼ାଇ ଯାଇଥିଲେ। ଏହା ସହିତ ସେ ଇଡିର ସମନ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଇଡି ତାଙ୍କୁ ଦିଲ୍ଲୀ କାର୍ଯ୍ୟାଳୟରେ ହାଜର ହେବାକୁ ସମନ କରିଥିବା ବେଳେ ଅଭିଷେକ ଏହାକୁ ବିରୋଧ କରିଥିଲେ। ଇଡି ତାଙ୍କୁ କୋଲକାତା କାର୍ଯ୍ୟାଳୟରେ ହାଜର ହେବାକୁ ସମନ ଦେବା କଥା ବୋଲି ସେ ଯୁକ୍ତି ବାଢ଼ିଥିଲେ। ତେବେ ସୁପ୍ରିମକୋର୍ଟ ତାଙ୍କ ଆବେଦନକୁ ଖାରଜ କରି ଦେଇଛନ୍ତି।




