ଅଯୋଧ୍ୟାରେ ବସ୍-ଟ୍ରକ ଧକ୍କା ହୋଇ ୭ ମୃତ, ୪୦ ଆହତ

ଲକ୍ଷ୍ନୌ : ଉତ୍ତରପ୍ରଦେଶର ଅଯୋଧ୍ୟାରେ ଲକ୍ଷ୍ନୌ-ଗୋରଖପୁର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇ ୭ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୪୦ ଜଣ ଆହତ ହୋଇଛନ୍ତି। ଏକ ଯାତ୍ରୀବାହି ବସ୍ ବିପରୀତ ପାର୍ଶ୍ବରୁ ଆସୁଥିବା ଏକ ଟ୍ରକ୍ରେ ପିଟି ହୋଇ ଓଲଟି ପଡ଼ିଥିଲା। ଫଳରେ ୭ ଜଣଙ୍କ ମୃତ୍ୟୁ ହୋଇଯାଇଛି। ବସ୍ରେ ଥିବା ଅନ୍ୟ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଏହି ଦୁର୍ଘଟଣା ହୋଇଥିଲା। ଦୁର୍ଘଟଣା ପରେ ଜିଲ୍ଲା ପ୍ରଶାସନ […]

Samaya Live Picture
Published On

ଲକ୍ଷ୍ନୌ : ଉତ୍ତରପ୍ରଦେଶର ଅଯୋଧ୍ୟାରେ ଲକ୍ଷ୍ନୌ-ଗୋରଖପୁର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇ ୭ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୪୦ ଜଣ ଆହତ ହୋଇଛନ୍ତି। ଏକ ଯାତ୍ରୀବାହି ବସ୍ ବିପରୀତ ପାର୍ଶ୍ବରୁ ଆସୁଥିବା ଏକ ଟ୍ରକ୍ରେ ପିଟି ହୋଇ ଓଲଟି ପଡ଼ିଥିଲା। ଫଳରେ ୭ ଜଣଙ୍କ ମୃତ୍ୟୁ ହୋଇଯାଇଛି। ବସ୍ରେ ଥିବା ଅନ୍ୟ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଏହି ଦୁର୍ଘଟଣା ହୋଇଥିଲା। ଦୁର୍ଘଟଣା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜ୍ଞାପନ କରିଛନ୍ତି। ଆହତମାନଙ୍କର ଉତ୍ତମ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Tags: