ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଆଜି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଧନଖଡ଼ ତାଙ୍କ ପଦରୁ ଓହରି ଯାଇଛନ୍ତି। ରାଷ୍ଟ୍ରପତିଙ୍କୁ ପଠାଇଥିବା ଇସ୍ତଫାପତ୍ରରେ ସେ ଉଲ୍ଲେଖ କରିଛନ୍ତି ଯେ ସ୍ବାସ୍ଥ୍ୟଗତ କାରଣ ପାଇଁ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ଧନଖଡ଼ ପଠାଇଥିବା ଇସ୍ତଫାପତ୍ରରେ ତାଙ୍କର ଅକୁଣ୍ଠ ସମର୍ଥନ ପାଇଁ କୃତଜ୍ଞତା ଜଣାଇଛନ୍ତି। ରାଷ୍ଟ୍ରପତିଙ୍କ ସହିତ ତାଙ୍କର କାର୍ଯ୍ୟ କରିବାର ଅଭିଜ୍ଞତା ସୁଖଦାୟକ ଏବଂ ଚମତ୍କାର ଥିଲା ବୋଲି […]
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଆଜି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଧନଖଡ଼ ତାଙ୍କ ପଦରୁ ଓହରି ଯାଇଛନ୍ତି। ରାଷ୍ଟ୍ରପତିଙ୍କୁ ପଠାଇଥିବା ଇସ୍ତଫାପତ୍ରରେ ସେ ଉଲ୍ଲେଖ କରିଛନ୍ତି ଯେ ସ୍ବାସ୍ଥ୍ୟଗତ କାରଣ ପାଇଁ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ଧନଖଡ଼ ପଠାଇଥିବା ଇସ୍ତଫାପତ୍ରରେ ତାଙ୍କର ଅକୁଣ୍ଠ ସମର୍ଥନ ପାଇଁ କୃତଜ୍ଞତା ଜଣାଇଛନ୍ତି। ରାଷ୍ଟ୍ରପତିଙ୍କ ସହିତ ତାଙ୍କର କାର୍ଯ୍ୟ କରିବାର ଅଭିଜ୍ଞତା ସୁଖଦାୟକ ଏବଂ ଚମତ୍କାର ଥିଲା ବୋଲି ସେ ଉଲ୍ଲେଖ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ସେମାନଙ୍କ ସହଯୋଗ ପାଇଁ ଧନଖଡ଼ ଧନ୍ୟବାଦ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସମର୍ଥନକୁ ସେ ଅମୂଲ୍ୟ ବୋଲି କହିଛନ୍ତି। ୨୦୨୨ ମସିହା ଅଗଷ୍ଟ ୧୧ରୁ ଧନଖଡ଼ ଉପରାଷ୍ଟ୍ରପତି ଭାବେ କାର୍ଯ୍ୟ କରିଆସୁଛନ୍ତି। ପୂର୍ବରୁ ୨୦୧୯ରୁ ୨୦୨୨ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ କାର୍ଯ୍ୟ କରିଥିଲେ। ୧୯୮୯ରୁ ୧୯୯୧ ପର୍ଯ୍ୟନ୍ତ ସେ ଲୋକସଭାର ସଦସ୍ୟ ଥିଲେ। ୧୯୯୦ରୁ ୧୯୯୧ ମଧ୍ୟରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ମନ୍ତ୍ରିମଣ୍ଡଳରେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୧୯୯୩ରୁ ୧୯୯୮ ପର୍ଯ୍ୟନ୍ତ ସେ ରାଜସ୍ଥାନ ବିଧାନସଭାରେ ବିଧାୟକ ନିର୍ବାଚିତ ହୋଇଥିଲେ। ୧୯୭୯ରେ ଆଇନଜୀବୀ ଭାବେ ସେ ରାଜସ୍ଥାନରୁ ତାଙ୍କର ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ।




