ଉତ୍ତରପ୍ରଦେଶରେ କେନାଲକୁ ବୋଲେରୋ ଖସି ୧୧ ଜଣଙ୍କ ମୃତ୍ୟୁ
ଲକ୍ଷ୍ନୌ: ଉତ୍ତରପ୍ରଦେଶର ଗୋଣ୍ଡା ଜିଲ୍ଲାରେ ଆଜି ଏକ ବଡ଼ ଅଘଟଣ ଘଟିଯାଇଛି। ଭାରସାମ୍ୟ ହରାଇ ଗୋଟିଏ ବୋଲେରୋ କେନାଲ ଭିତରକୁ ଖସିପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ବୋଲୋରେରେ ୧୫ ଜଣ ଯାତ୍ରା କରୁଥିଲେ। ଗାଡ଼ିରେ ଥିବା ବ୍ୟକ୍ତିମାନେ ଏକ ମନ୍ଦିରରୁ ଦର୍ଶନ ସାରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପିଛା […]
ଲକ୍ଷ୍ନୌ: ଉତ୍ତରପ୍ରଦେଶର ଗୋଣ୍ଡା ଜିଲ୍ଲାରେ ଆଜି ଏକ ବଡ଼ ଅଘଟଣ ଘଟିଯାଇଛି। ଭାରସାମ୍ୟ ହରାଇ ଗୋଟିଏ ବୋଲେରୋ କେନାଲ ଭିତରକୁ ଖସିପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ବୋଲୋରେରେ ୧୫ ଜଣ ଯାତ୍ରା କରୁଥିଲେ। ଗାଡ଼ିରେ ଥିବା ବ୍ୟକ୍ତିମାନେ ଏକ ମନ୍ଦିରରୁ ଦର୍ଶନ ସାରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପିଛା ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ଆହତମାନଙ୍କୁ ତୁରନ୍ତ ଡାକ୍ତରଖାନା ନେଇ ଚିକିତ୍ସା ପ୍ରଦାନ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।




