ଉତ୍ତରପ୍ରଦେଶ : ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା, ୮ ମୃତ, ୨୦ ଗୁରୁତର
ଉତ୍ତରପ୍ରଦେଶ : ଲକ୍ଷ୍ମୀପୁର ଖେରୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କାରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ଜିଲ୍ଲା ହସପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ବିଷୟରେ ଲକ୍ଷ୍ମୀପୁର ଉପ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକ ପ୍ରକାଶ କରି ଗୁରୁତରଙ୍କୁ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଖବର ଅନୁଯାୟୀ, ଏହି ଦୁର୍ଘଟଣା ମଙ୍ଗଳବାର ସକାଳ […]
ଉତ୍ତରପ୍ରଦେଶ : ଲକ୍ଷ୍ମୀପୁର ଖେରୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କାରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ଜିଲ୍ଲା ହସପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ବିଷୟରେ ଲକ୍ଷ୍ମୀପୁର ଉପ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକ ପ୍ରକାଶ କରି ଗୁରୁତରଙ୍କୁ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଖବର ଅନୁଯାୟୀ, ଏହି ଦୁର୍ଘଟଣା ମଙ୍ଗଳବାର ସକାଳ ସମୟରେ ଲକ୍ଷ୍ମୀପୁର ଖେରୀ ସ୍ଥିତି ଇସାନଗର ଅଞ୍ଚଳରେ ଏରା ଖମରିଆ ପୋଲ ନିକଟରେ ହୋଇଛି I ଶାରଦା ନଦୀ ପାର ହେଉଥିବାବେଳେ ପୋଲ ଉପରେ ଏକ ଯାତ୍ରୀବାହୀନ ବସ୍ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯେଉଁଥିରେ ଘଟଣାସ୍ଥଳରେ ହିଁ ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଲୋକ ଆହତ ହୋଇଛନ୍ତି । ଉପସ୍ଥିତ ଥିବା ଲୋକଙ୍କ କହିବାନୁସାରେ ବସଟି ଧେରାହରାରୁ ଲକ୍ଷ୍ମୀପୁର ଯାଉଥିଲା। ଟ୍ରକଟି ଅନ୍ୟ ଦିଗରୁ ଆସି ବସ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଖବର ମିଳିବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲା। ଦୁର୍ଘଟଣା ସଂପର୍କରେ ଖବର ପାଇଁ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ତେବେ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ସମସ୍ତ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି ।
ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁର୍ଘଟଣା ସଂପର୍କରେ ଖବର ପାଇ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ଏହା ସହିତ ଟ୍ଵିଟ୍ କରି ଲେଖିଛନ୍ତି, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜନପଦ ଲକ୍ଷ୍ମୀପୁର ଖେରୀ ସଡ଼କ ଦୁର୍ଘଟଣାରେ ପ୍ରାଣ ହାରିଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିବା ସହିତ ଆହତଙ୍କୁ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ଲକ୍ଷ୍ମୀପୁର ଉପଜିଲ୍ଲାପାଳ କହିଛନ୍ତି, ବସ୍ ଏବଂ ଟ୍ରକ ମଧ୍ୟରେ ଧକ୍କା ଯୋଗୁଁ ଯେଉଁ ସଡକ ଦୁର୍ଘଟଣା ହୋଇଛି, ଏଥିରେ ୮ ଜଣ ମୃତ୍ୟୁବରଣ କରିଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଜିଲ୍ଲା ହସପିଟାଲରେ ଭର୍ତ୍ତି କରାଯାଇଛି। ଏହା ପୂର୍ବରୁ ଲକ୍ଷ୍ମୌରେ ଏମିତି ଏକ ସଡକ ଦୁର୍ଘଟଣା ହୋଇଥିଲା। ଯେଉଁଥିରେ ୧୦ ଜଣ ଲୋକଙ୍କର ମୃତ୍ୟୁ ହୋଇଥିଲା।




