କାଶ୍ମୀରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ , ୨ ଯବାନ ଆହତ
ଶ୍ରୀନଗର : ଜମ୍ମୁ କାଶ୍ମୀରର ରାଜୌରୀ ଜିଲ୍ଲାରେ ଆଜି ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୨ ସେନା ଯବାନ ଆହତ ହୋଇଛନ୍ତି। ସୋମବାର ସନ୍ଧ୍ୟାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। କାଲାକୋଟ ଅଞ୍ଚଳରେ ଆତଙ୍କବାଦୀଙ୍କ ଗତିବିଧି ସମ୍ପର୍କରେ ଖବର ପାଇ ସେନା ଏବଂ ଜମ୍ମୁ କାଶ୍ମୀର ପୁଲିସର ଏକ ମିଳିତ ଟିମ୍ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ୍ ଅପରେସନ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା […]
ଶ୍ରୀନଗର : ଜମ୍ମୁ କାଶ୍ମୀରର ରାଜୌରୀ ଜିଲ୍ଲାରେ ଆଜି ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୨ ସେନା ଯବାନ ଆହତ ହୋଇଛନ୍ତି। ସୋମବାର ସନ୍ଧ୍ୟାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। କାଲାକୋଟ ଅଞ୍ଚଳରେ ଆତଙ୍କବାଦୀଙ୍କ ଗତିବିଧି ସମ୍ପର୍କରେ ଖବର ପାଇ ସେନା ଏବଂ ଜମ୍ମୁ କାଶ୍ମୀର ପୁଲିସର ଏକ ମିଳିତ ଟିମ୍ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ୍ ଅପରେସନ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ। ଫଳରେ ୨ ଜଣ ଯବାନ ଆହତ ହୋଇଛନ୍ତି। ଉକ୍ତ ୨ ଯବାନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଏବଂ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି। ଏବେ ବି ଅପରେସନ୍ ଜାରି ରହିଛି ବୋଲି ଜଣେ ବରିଷ୍ଠ ପୁଲିସ ଅଫିସର କହିଛନ୍ତି।




