କାଶ୍ମୀରର ବଟ୍ଟାଲ ସେକ୍ଟରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ଜଣେ ଯବାନ ସହିଦ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ବଟ୍ଟାଲ ସେକ୍ଟରରେ ସୁରକ୍ଷାକର୍ମୀମାନେ ଆତଙ୍କବାଦୀଙ୍କର ଆଉ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଦେଇଛନ୍ତି। ଗତ ରାତିଠାରୁ ବଟ୍ଟାଲ ସେକ୍ଟରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଆତଙ୍କବାଦୀଙ୍କ ଗତିବିଧି ସଂକ୍ରାନ୍ତରେ ଖବର ପାଇ ସୁରକ୍ଷା କର୍ମୀ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅରରେସନ୍‌ ଆରମ୍ଭ କରିଥିଲେ। ଏହି ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଜଣେ ଯବାନ ଲାନ୍ସ ନାଏକ ସୁଭାଷ ଚନ୍ଦେର […]

Samaya Live Picture
Published On

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ବଟ୍ଟାଲ ସେକ୍ଟରରେ ସୁରକ୍ଷାକର୍ମୀମାନେ ଆତଙ୍କବାଦୀଙ୍କର ଆଉ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଦେଇଛନ୍ତି। ଗତ ରାତିଠାରୁ ବଟ୍ଟାଲ ସେକ୍ଟରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଆତଙ୍କବାଦୀଙ୍କ ଗତିବିଧି ସଂକ୍ରାନ୍ତରେ ଖବର ପାଇ ସୁରକ୍ଷା କର୍ମୀ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅରରେସନ୍‌ ଆରମ୍ଭ କରିଥିଲେ। ଏହି ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଜଣେ ଯବାନ ଲାନ୍ସ ନାଏକ ସୁଭାଷ ଚନ୍ଦେର ସହିଦ ହୋଇଯାଇଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ଏବେ ବି ଅପରେସନ୍‌ ଜାରି ରହିଛି।

Tags: