କୁଲଗାମ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିପାତ
ଶ୍ରୀନଗର : କାଶ୍ମୀରର କୁଲଗାମ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିପାତ ହୋଇଛି। କୁଲଗାମ ଜିଲ୍ଲାର ହୁରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିପାତ ହୋଇଛି ଏବଂ ଜଣେ କାଶ୍ମୀର ପୁଲିସ ଆହତ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ କୁପୱାଡ଼ାରେ ସୁରକ୍ଷାକର୍ମୀମାନେ ଏକ ବଡ଼ ଧରଣର ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିବାର ଦିନକ ପରେ ଆଜି ଏହି ଏନକାଉଣ୍ଟର ହୋଇଛି। […]
ଶ୍ରୀନଗର : କାଶ୍ମୀରର କୁଲଗାମ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିପାତ ହୋଇଛି। କୁଲଗାମ ଜିଲ୍ଲାର ହୁରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିପାତ ହୋଇଛି ଏବଂ ଜଣେ କାଶ୍ମୀର ପୁଲିସ ଆହତ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ କୁପୱାଡ଼ାରେ ସୁରକ୍ଷାକର୍ମୀମାନେ ଏକ ବଡ଼ ଧରଣର ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିବାର ଦିନକ ପରେ ଆଜି ଏହି ଏନକାଉଣ୍ଟର ହୋଇଛି। ଏନକାଉଣ୍ଟର ସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।




