କେଜ୍ରିୱାଲଙ୍କ ପାଇଁ ଆସନ ଖାଲି ରଖିଲେ ଆତିଶୀ, କହିଲେ ଭରତ ଭଳି କାମ କରିବି
ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ଆତିଶୀ। ସୋମବାର ସଚିବାଳୟରେ ପହଞ୍ଚି ସେ ନିଆରା ଢ଼ଙ୍ଗରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ପାଇଁ ସେ ଆସନ ଖାଲି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ରଖାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚୌକି ପାର୍ଶ୍ୱରେ ଅନ୍ୟ ଏକ ଚୌକିରେ ବସି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ସମୟରେ ଆତିଶୀ କହିଛନ୍ତି, ଆଜି ମୋ ମନରେ […]
ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ଆତିଶୀ। ସୋମବାର ସଚିବାଳୟରେ ପହଞ୍ଚି ସେ ନିଆରା ଢ଼ଙ୍ଗରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ପାଇଁ ସେ ଆସନ ଖାଲି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ରଖାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚୌକି ପାର୍ଶ୍ୱରେ ଅନ୍ୟ ଏକ ଚୌକିରେ ବସି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ସମୟରେ ଆତିଶୀ କହିଛନ୍ତି, ଆଜି ମୋ ମନରେ ସେହି ଭଳି ଯନ୍ତ୍ରଣା ଅଛି, ଯାହା ଭରତଙ୍କର ଥିଲା। ଯେଉଁଭଳି ଭାବରେ ଭରତ ସିଂହାସନରେ ଭଗବାନ ରାମଙ୍କ କଠଉ ରଖି ରାଜ୍ୟଭାର ସମ୍ଭାଳିଥିଲେ। ସେହିପରି ମୁଁ ମଧ୍ୟ ଆସନ୍ତା ୪ ମାସ ପାଇଁ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବି।




