ଜୁଲାଇ ୨୧ରୁ ଅଗଷ୍ଟ ୨୧ ପର୍ଯ୍ୟନ୍ତ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୧ରୁ ଆରମ୍ଭ ହେବ ଏବଂ ଏହା ଅଗଷ୍ଟ ୨୧ ପର୍ଯ୍ୟନ୍ତ ଚାଲିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ବୁଧବାର ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆ ତାରିଖକୁ ଅନୁମୋଦନ କରିଛନ୍ତି ଏବଂ ଅଗଷ୍ଟ ୧୫କୁ ଦୃଷ୍ଟିରେ ରଖି ଅଗଷ୍ଟ ୧୩ ଓ ୧୪ରେ ସଂସଦ ଚାଲିବ ନାହିଁ । ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ପରବର୍ତ୍ତୀ ସମୟରେ ଅପରେସନ ସିନ୍ଦୂର ଉପରେ […]

ଜୁଲାଇ ୨୧ରୁ ଅଗଷ୍ଟ ୨୧ ପର୍ଯ୍ୟନ୍ତ ସଂସଦର ମୌସୁମୀ ଅଧିବେଶନ
Samaya Live Picture
Published On

ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୧ରୁ ଆରମ୍ଭ ହେବ ଏବଂ ଏହା ଅଗଷ୍ଟ ୨୧ ପର୍ଯ୍ୟନ୍ତ ଚାଲିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ବୁଧବାର ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆ ତାରିଖକୁ ଅନୁମୋଦନ କରିଛନ୍ତି ଏବଂ ଅଗଷ୍ଟ ୧୫କୁ ଦୃଷ୍ଟିରେ ରଖି ଅଗଷ୍ଟ ୧୩ ଓ ୧୪ରେ ସଂସଦ ଚାଲିବ ନାହିଁ । ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ପରବର୍ତ୍ତୀ ସମୟରେ ଅପରେସନ ସିନ୍ଦୂର ଉପରେ ତୁରନ୍ତ ଆଲୋଚନା ପାଇଁ ବିରୋଧୀ ଦଳମାନେ ଜୁନ୍ ୩ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଥିଲେ। ସୂଚନାଯୋଗ୍ୟ, ଏପ୍ରିଲ ୨୨ରେ ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ସେନା ଅପରେସନ ସିନ୍ଦୁର ମାଧ୍ୟମରେ ପାକିସ୍ତାନରେ ଥିବା ଆତଙ୍କବାଦୀ ଶିବିରଗୁଡ଼ିକୁ ଧ୍ୱଂସ କରିଥିଲା। ମୌସୁମୀ ଅଧିବେଶନରେ ଏସବୁ ପ୍ରସଙ୍ଗରେ ଆଲୋଚନା ହୋଇପାରିବ ଏବଂ ଏଥିପାଇଁ ପୃଥକ ଅଧିବେଶନ ଡାକିବାର କୌଣସି ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ।

Tags: