ଝାନ୍ସୀ ହସ୍ପିଟାଲରେ ଅଗ୍ନିକାଣ୍ଡ ହୋଇ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

ଝାନ୍ସୀ: ଉତ୍ତରପ୍ରଦେଶର ଝାନ୍ସୀ ସ୍ଥିତ ମହାରାଣୀ ଲକ୍ଷ୍ମୀ ବାଈ ମେଡିକାଲ କଲେଜ‌ରେ ଗତକାଲି ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଯାଇଛି। ହସ୍ପିଟାଲର ସ୍ବତନ୍ତ୍ର ନବଜାତ ଶିଶୁ ୱାର୍ଡରେ ଏହି ଅଗ୍ନିକାଣ୍ଡ ଘଟିବା ପରେ ରୋଗୀମାନେ ପ୍ରାଣ ବିକଳ୍ପରେ ଡାକ୍ତରଖାନାରୁ ବାହାରକୁ ପଳାଇବାକୁ ଚେଷ୍ଟା କରିବାରୁ ଦଳାଚକଟା ସ୍ଥିତି ଉପୁଜିଥିଲା। ହସ୍ପିଟାଲରୁ ୩୭ ଜଣ ଶିଶୁଙ୍କୁ ସ୍ଥାନାନ୍ତର କରାଯାଇଛି ଏବଂ ସେମାନଙ୍କ ମଧ୍ୟରୁ ଅନେକ ଗୁରୁତର ଅଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ […]

Samaya Live Picture
Published On

ଝାନ୍ସୀ: ଉତ୍ତରପ୍ରଦେଶର ଝାନ୍ସୀ ସ୍ଥିତ ମହାରାଣୀ ଲକ୍ଷ୍ମୀ ବାଈ ମେଡିକାଲ କଲେଜ‌ରେ ଗତକାଲି ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଯାଇଛି। ହସ୍ପିଟାଲର ସ୍ବତନ୍ତ୍ର ନବଜାତ ଶିଶୁ ୱାର୍ଡରେ ଏହି ଅଗ୍ନିକାଣ୍ଡ ଘଟିବା ପରେ ରୋଗୀମାନେ ପ୍ରାଣ ବିକଳ୍ପରେ ଡାକ୍ତରଖାନାରୁ ବାହାରକୁ ପଳାଇବାକୁ ଚେଷ୍ଟା କରିବାରୁ ଦଳାଚକଟା ସ୍ଥିତି ଉପୁଜିଥିଲା। ହସ୍ପିଟାଲରୁ ୩୭ ଜଣ ଶିଶୁଙ୍କୁ ସ୍ଥାନାନ୍ତର କରାଯାଇଛି ଏବଂ ସେମାନଙ୍କ ମଧ୍ୟରୁ ଅନେକ ଗୁରୁତର ଅଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଏବଂ ଆହତଙ୍କ ସୁରକ୍ଷିତ ସ୍ଥାନାନ୍ତର କରାଯାଇଥିଲା। ଘଟଣାସ୍ଥଳରେ ଜିଲ୍ଲାପାଳ, ବରିଷ୍ଠ ଆରକ୍ଷୀ ଅଧୀକ୍ଷକ ଓ ପୁଲିସ ମହାନିରୀକ୍ଷକଙ୍କ ସମେତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସର୍ଟସର୍କିଟ ଯୋଗୁଁ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହସ୍ପିଟାଲ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଶିଶୁଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଆହତମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୃତ ଶିଶୁଙ୍କ ପରିବାର ସଦସ୍ୟଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି। ଯୋଗୀ ମୃତକଙ୍କ ପରିବାର ସଦସ୍ୟଙ୍କୁ ୫ ଲକ୍ଷ କ୍ଷତିପୂରଣ ଘୋଷଣା କରିଥିବାବେଳେ ଗୁରୁତର ଆହତଙ୍କ ପରିବାର ସଦସ୍ୟଙ୍କୁ ୫୦ ହଜାର କ୍ଷତିପୂରଣ ଘୋଷଣା କରିଛନ୍ତି। ଅନ୍ୟପକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମଏନଆରଏଫ୍‌ (ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠି)ରୁ ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ୨ ଲକ୍ଷ କ୍ଷତିପୂରଣ ଘୋଷଣା କରିଛନ୍ତି।

Tags: