ତାମିଲନାଡ଼ୁ ବିଷାକ୍ତ ମଦମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି

ନୂଆଦିଲ୍ଲୀ : ତାମିଲନାଡୁର ଭିଲୁପୁରମ ଏବଂ ଚେଙ୍ଗଲପଟ୍ଟୁ ଜିଲ୍ଲାରେ ବିଷାକ୍ତ ମଦମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ରାଜ୍ୟରେ ମଦମୃତ୍ୟୁ ବଢ଼ିବାରୁ ବିରୋଧୀ ନେତାମାନେ ଡିଏମକେ ସରକାଟରକୁ ଘେରିଛନ୍ତି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ମାମଲାର ତଦନ୍ତଭାର କ୍ରାଇମବ୍ରାଞ୍ଚ୍କୁ ହସ୍ତାନ୍ତର କରିଛନ୍ତି। ଦୋଷୀ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଗତକାଲି ଭିଲୁପୁରମ ଜିଲ୍ଲା ସରକାରୀ ହସ୍ପିଟାଲ୍ ଯାଇ ଅସୁସ୍ଥମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଂକ୍ରାନ୍ତରେ ପଚାରି ବୁଝିଥିଲେ। ମୁଖ୍ୟମନ୍ତ୍ରୀ ଷ୍ଟାଲିନ ମୃତକଙ୍କ […]

Samaya Live Picture
Published On

ନୂଆଦିଲ୍ଲୀ : ତାମିଲନାଡୁର ଭିଲୁପୁରମ ଏବଂ ଚେଙ୍ଗଲପଟ୍ଟୁ ଜିଲ୍ଲାରେ ବିଷାକ୍ତ ମଦମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ରାଜ୍ୟରେ ମଦମୃତ୍ୟୁ ବଢ଼ିବାରୁ ବିରୋଧୀ ନେତାମାନେ ଡିଏମକେ ସରକାଟରକୁ ଘେରିଛନ୍ତି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ମାମଲାର ତଦନ୍ତଭାର କ୍ରାଇମବ୍ରାଞ୍ଚ୍କୁ ହସ୍ତାନ୍ତର କରିଛନ୍ତି। ଦୋଷୀ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଗତକାଲି ଭିଲୁପୁରମ ଜିଲ୍ଲା ସରକାରୀ ହସ୍ପିଟାଲ୍ ଯାଇ ଅସୁସ୍ଥମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଂକ୍ରାନ୍ତରେ ପଚାରି ବୁଝିଥିଲେ। ମୁଖ୍ୟମନ୍ତ୍ରୀ ଷ୍ଟାଲିନ ମୃତକଙ୍କ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଥିବାବେଳେ ଆହତଙ୍କ ପରିବାର ସଦସ୍ୟଙ୍କୁ ୫୦ ହଜାର ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି। ଭିଲୁପୁରମ ଜିଲ୍ଲାରେ ୪୭ ଲୋକ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପୁଲିସ ଏହି ମାମଲାରେ ୨ ଜଣଙ୍କୁ ଗିରଫ କରିଛି ଏବଂ ୧୦ ପୁଲିସ ଅଫିସର ନିଲମ୍ବିତ ହୋଇଛନ୍ତି।

Tags: