ଦିନକରେ ଗାଜା ଉପରେ ଇସ୍ରାଏଲର ୪୦୦ ଥର ବିମାନ ଆକ୍ରମଣ

ନୂଆଦିଲ୍ଲୀ: ଇସ୍ରାଏଲ-ହମାସ ଯୁଦ୍ଧ ଦିନକୁ ଦିନ ଅତ୍ୟନ୍ତ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ସେନା ଗାଜାରେ ସ୍ଥଳ ଅଭିଯାନ ଆରମ୍ଭ କରିବାକୁ ଥିବାବେଳେ ଏହା ପୂର୍ବରୁ ଗାଜାରେ ସ୍ଥିତି ଅତ୍ୟନ୍ତ ଜଟିଳ ହେବାରେ ଲାଗିଛି। ମଙ୍ଗଳବାର ଦିନ ଇସ୍ରାଏଲ ଗାଜା ଉପରେ ଦିନକରେ ୪୦୦ ଥର ବିମାନ ଆକ୍ରମଣ କରିଛି। ହମାସ ଇସ୍ରାଏଲ ଉପରେ ରକେଟ୍‌ ମାଡ଼ ପାଇଁ ପ୍ରସ୍ତୁତ ହୋଇଥିବା ଜାଣିବାପରେ ଇସ୍ରାଏଲ ୪୦୦ ଥର ବିମାନ ଆକ୍ରମଣ କରିଥିବା କହିଛି। ଏହାର ପୂର୍ବଦିନ ମଧ୍ୟ […]

Samaya Live Picture
Published On

ନୂଆଦିଲ୍ଲୀ: ଇସ୍ରାଏଲ-ହମାସ ଯୁଦ୍ଧ ଦିନକୁ ଦିନ ଅତ୍ୟନ୍ତ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ସେନା ଗାଜାରେ ସ୍ଥଳ ଅଭିଯାନ ଆରମ୍ଭ କରିବାକୁ ଥିବାବେଳେ ଏହା ପୂର୍ବରୁ ଗାଜାରେ ସ୍ଥିତି ଅତ୍ୟନ୍ତ ଜଟିଳ ହେବାରେ ଲାଗିଛି। ମଙ୍ଗଳବାର ଦିନ ଇସ୍ରାଏଲ ଗାଜା ଉପରେ ଦିନକରେ ୪୦୦ ଥର ବିମାନ ଆକ୍ରମଣ କରିଛି। ହମାସ ଇସ୍ରାଏଲ ଉପରେ ରକେଟ୍‌ ମାଡ଼ ପାଇଁ ପ୍ରସ୍ତୁତ ହୋଇଥିବା ଜାଣିବାପରେ ଇସ୍ରାଏଲ ୪୦୦ ଥର ବିମାନ ଆକ୍ରମଣ କରିଥିବା କହିଛି। ଏହାର ପୂର୍ବଦିନ ମଧ୍ୟ ଇସ୍ରାଏଲ ୩୨୦ ଥର ବିମାନ ଆକ୍ରମଣ କରିଥିଲା। ତେବେ ଯୁଦ୍ଧର ପରିଣତି ସ୍ବରୂପ ଗାଜାରେ ୨.୩ ନିୟୁତ ଲୋକଙ୍କ ପାଖରେ ଖାଦ୍ୟ ନାହିଁ କି ପାଣି ନାହିଁ କି ଔଷଧ ମଧ୍ୟ ନାହିଁ। ହମାସ ନେତୃତ୍ବାଧୀନ ସ୍ବାସ୍ଥ୍ୟ ମନ୍ତ୍ରାଳୟ ଅନୁଯାୟୀ ୫,୭୯୧ ପାଲେଷ୍ଟିନୀୟଙ୍କ ମୃତ୍ୟୁ ହୋଇଛି ଏବଂ ୧୬, ୨୯୭ ଜଣ ଆହତ ହୋଇଛନ୍ତି। ୱେଷ୍ଟ ବ୍ୟାଙ୍କ୍‌ରେ ୯୬ ପାଲେଷ୍ଟିନୀୟଙ୍କ ମୃତ୍ୟୁ ହୋଇଛି ଏବଂ ୧୬୫୦ ଜଣ ଆହତ ହୋଇଛନ୍ତି ବୋଲି ଦାବି ହୋଇଛି। ଯୁଦ୍ଧ ଦିନକୁ ଦିନ ଅଧିକ ଭୟଙ୍କର ହେଉଥିବାବେଳେ ଇସ୍ରାଏଳ ବିଦେଶ ମନ୍ତ୍ରୀ ଏଲି ହମାସ ଆତଙ୍କବାଦୀଙ୍କୁ ଶେଷ କରିଦେବାପାଇଁ ପ୍ରତିଜ୍ଞା କରିଛନ୍ତି। ଅନ୍ୟପକ୍ଷେ ପାଲେଷ୍ଟିନୀୟ ବିଦେଶ ମନ୍ତ୍ରୀ କହିଛନ୍ତି, ରକ୍ତପାତ ବନ୍ଦ କରିବା ଏକ ମିଳିତ ଦାୟିତ୍ବ। ଇତି ମଧ୍ୟରେ ଆମେରିକା ଅନୁରୋଧରେ ଇସ୍ରାଏଲ ଗାଜାରେ ସ୍ଥଳ ଅଭିଯାନ ବିଳମ୍ବ କରିବାପାଇଁ ରାଜି ହୋଇଥିବା ଜଣାପଡ଼ିଛି।

Tags: