ଦେଶରେ ସଂକ୍ରମଣ ୬ ହଜାର ଟପିଲା

ନୂଆଦିଲ୍ଲୀ, ୭/୪ : ଦେଶରେ ଦୈନିକ ସଂକ୍ରମଣ ଆଜି ୬ ହଜାର ଟପିଯାଇଛି। ଗତ ୨୪ ଘଣ୍ଟାରେ ଦେଶରେ ୬,୦୫୦ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଗତକାଲି ତୁଳନାରେ ଦେଶରେ ଦୈନିକ ସଂକ୍ରମଣ ୧୩ ପ୍ରତିଶତ ବୃଦ୍ଧି ହୋଇଛି। ୨୪ ଘଣ୍ଟାରେ ପୁଣି ୧୪ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ଦେଶରେ ମୋଟ୍‌ ମୃତ୍ୟୁସଂଖ୍ୟା ୫,୩୦,୯୪୩। ମୋଟ୍‌ ୪,୪୧,୮୫,୮୫୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ତେବେ କରୋନା ସଂକ୍ରମଣ ବଢ଼ୁଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ […]

Samaya Live Picture
Published On

ନୂଆଦିଲ୍ଲୀ, ୭/୪ : ଦେଶରେ ଦୈନିକ ସଂକ୍ରମଣ ଆଜି ୬ ହଜାର ଟପିଯାଇଛି। ଗତ ୨୪ ଘଣ୍ଟାରେ ଦେଶରେ ୬,୦୫୦ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଗତକାଲି ତୁଳନାରେ ଦେଶରେ ଦୈନିକ ସଂକ୍ରମଣ ୧୩ ପ୍ରତିଶତ ବୃଦ୍ଧି ହୋଇଛି। ୨୪ ଘଣ୍ଟାରେ ପୁଣି ୧୪ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ଦେଶରେ ମୋଟ୍‌ ମୃତ୍ୟୁସଂଖ୍ୟା ୫,୩୦,୯୪୩। ମୋଟ୍‌ ୪,୪୧,୮୫,୮୫୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ତେବେ କରୋନା ସଂକ୍ରମଣ ବଢ଼ୁଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ ଆଜି ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ସ୍ବାସ୍ଥ୍ୟ ମନ୍ତ୍ରୀମାନଙ୍କ ସହ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରି‌ବେ। ଦେଶରେ ଦୈନିକ ପଜିଟିଭ ହାର ୩.୩୯ ପ୍ରତିଶତ ଏବଂ ସାପ୍ତାହିକ ପଜିଟିଭ ହାର ୩.୦୨ ପ୍ରତିଶତ।

Tags: