ଦୈନିକ କୋଭିଡ୍ ସଂକ୍ରମଣ ସଂଖ୍ୟା ୩,୦୦୦ ଟପିଲା
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୩,୦୦୦ ଅତିକ୍ରମ କରିଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୫୦୦ରୁ ଅଧିକ ହୋଇଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୦୧୬ କରୋନା ଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୦୧୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୧୨,୬୯୨ରେ […]
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୩,୦୦୦ ଅତିକ୍ରମ କରିଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୫୦୦ରୁ ଅଧିକ ହୋଇଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୦୧୬ କରୋନା ଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୦୧୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୧୨,୬୯୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧୪ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ ଜନିତ ମୃତ୍ୟୁ ସଂଖ୍ୟା ୫,୩୦,୮୬୨କୁ ବୃଦ୍ଧି ପାଇଛି। ଦେଶରେ ଦୈନିକ କୋଭିଡ୍-୧୯ ‘ପଜିଟିଭିଟି’ ହାର ୨.୭୩% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୧.୭୧% ରହିଥିବା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି। ଦେଶରେ ସୁସ୍ଥତା ହାର ୯୮.୭୮% ରହିଥିଲା ବେଳେ ୪,୪୧,୬୮,୩୨୧ ଜଣ କୋଭିଡ୍ରୁ ସୁସ୍ଥ ହେଲେଣି।




