ନର୍ଦ୍ଦମା, ପାଇଖାନା ଟାଙ୍କି ସଫା ବେଳେ ମୃତ୍ୟୁ ହେଉଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ୩୦ ଲକ୍ଷ କ୍ଷତିପୂରଣ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ : ଦେଶରେ ନର୍ଦ୍ଦମା ଏବଂ ପାଇଖାନା ଟାଙ୍କି ସଫାବେଳେ ଅନେକ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ହେବା ଘଟଣାରେ ସୁପ୍ରିମକୋର୍ଟ ଗଭୀର ଚିନ୍ତା ପ୍ରକଟ କରିଛନ୍ତି । ଏସଂକ୍ରାନ୍ତ ଏକ ପିଆଇଏଲ୍ ଉପରେ ଶୁଣାଣି କରି ସୁପ୍ରିମକୋର୍ଟ ଆଜି ସରକାରଙ୍କୁ ଅତି ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କହିଛନ୍ତି, ନର୍ଦ୍ଦମା ଏବଂ ପାଇଖାନା ଟାଙ୍କି ସଫାବେଳେ ପ୍ରାଣ ହାରୁଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ସରକାରୀ କର୍ତ୍ତୃପକ୍ଷ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପଡ଼ିବ। ଏସ୍ ରବିନ୍ଦ୍ର […]

Samaya Live Picture
Published On

ନୂଆଦିଲ୍ଲୀ : ଦେଶରେ ନର୍ଦ୍ଦମା ଏବଂ ପାଇଖାନା ଟାଙ୍କି ସଫାବେଳେ ଅନେକ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ହେବା ଘଟଣାରେ ସୁପ୍ରିମକୋର୍ଟ ଗଭୀର ଚିନ୍ତା ପ୍ରକଟ କରିଛନ୍ତି । ଏସଂକ୍ରାନ୍ତ ଏକ ପିଆଇଏଲ୍ ଉପରେ ଶୁଣାଣି କରି ସୁପ୍ରିମକୋର୍ଟ ଆଜି ସରକାରଙ୍କୁ ଅତି ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କହିଛନ୍ତି, ନର୍ଦ୍ଦମା ଏବଂ ପାଇଖାନା ଟାଙ୍କି ସଫାବେଳେ ପ୍ରାଣ ହାରୁଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ସରକାରୀ କର୍ତ୍ତୃପକ୍ଷ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପଡ଼ିବ। ଏସ୍ ରବିନ୍ଦ୍ର ଭଟ ଏବଂ ଅରବିନ୍ଦ କୁମାରଙ୍କ ଖଣ୍ଡପୀଠ କହିଛନ୍ତି, ନର୍ଦ୍ଦମା ଏବଂ ପାଇଖାନା ଟାଙ୍କି ସଫା ସମୟରେ ଯଦି ଜଣେ ବ୍ୟକ୍ତି ସମ୍ପୂର୍ଣ୍ଣ ଭାବେ ବିକଳାଙ୍ଗ ହୋଇଯାଆନ୍ତି ତେବେ ତାଙ୍କୁ ସର୍ବନିମ୍ନ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ। ଖଣ୍ଡପୀଠ ମଧ୍ୟ ଏନେଇ କିଛି ନିର୍ଦ୍ଦେଶାବଳି ଜାରି କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ ଗତ ୫ ବର୍ଷ ମଧ୍ୟରେ ଦେଶରେ ନର୍ଦ୍ଦମା ଏବଂ ପାଇଖାନା ଟାଙ୍କି ସଫା ସମୟରେ ୩୪୭ ଲୋକଙ୍କ ମୃତ୍ୟୁ ହୋଇଛି। ଉତ୍ତରପ୍ରଦେଶ, ତାମିଲନାଡ଼ୁ ଏବଂ ଦିଲ୍ଲୀରେ ସର୍ବାଧିକ ୪୦ ପ୍ରତିଶତ ଲୋକଙ୍କର ମୃତ୍ୟୁ ହୋଇଛି। ୨୦୨୨ ଜୁଲାଇରେ ସରକାର ଲୋକସଭାରେ ଏନେଇ ତଥ୍ୟ ରଖିଥିଲେ।

Tags: