ନାମାଙ୍କନ ପତ୍ର ଦାଖଲ କଲେ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଇଣ୍ଡି-ମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ। ବିରୋଧୀଙ୍କ ଇଣ୍ଡିମେଣ୍ଟ ଉପରାଷ୍ଟ୍ରପତି ପଦ ପାଇଁ ବି. ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରିଛି। ସେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ରହି ସାରିଛନ୍ତି। ନାମାଙ୍କନ ପତ୍ର ଦାଖଲ ସମୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଉପସ୍ଥିତ ଥିଲେ। ଗତକାଲି ଏନଡିଏ […]

ନାମାଙ୍କନ ପତ୍ର ଦାଖଲ କଲେ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ
Samaya Live Picture
Published On

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଇଣ୍ଡି-ମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ। ବିରୋଧୀଙ୍କ ଇଣ୍ଡିମେଣ୍ଟ ଉପରାଷ୍ଟ୍ରପତି ପଦ ପାଇଁ ବି. ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରିଛି। ସେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ରହି ସାରିଛନ୍ତି। ନାମାଙ୍କନ ପତ୍ର ଦାଖଲ ସମୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଉପସ୍ଥିତ ଥିଲେ। ଗତକାଲି ଏନଡିଏ ପ୍ରାର୍ଥୀ ସି.ପି. ରାଧାକୃଷ୍ଣନ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଥିଲେ।

ତାଙ୍କର ସିଧାସଳଖ ପ୍ରତିଦ୍ୱନ୍ଦ୍ୱିତା NDA ପ୍ରାର୍ଥୀ ସି.ପି. ରାଧାକୃଷ୍ଣନଙ୍କ ସହିତ ହେବ। ଉଭୟ ପ୍ରାର୍ଥୀ ଦକ୍ଷିଣ ଭାରତରୁ ରହିଛନ୍ତି ।

ସୂଚନାନୁସାରେ ,୯ ସେପ୍ଟେମ୍ବରରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ । ନାମାଙ୍କନ ଦାଖଲର ଶେଷ ତାରିଖ ୨୧ ଅଗଷ୍ଟ ରଖାଯାଇଛି । ୨୫ ଅଗଷ୍ଟ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ। । ଫଳାଫଳ ମଧ୍ୟ ସେହି ଦିନ ଘୋଷଣା କରାଯିବ। ସ୍ୱାସ୍ଥ୍ୟଗତ କାରଣ ପାଇଁ ଜୁଲାଇ ୨୨ ରେ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫା ପରେ ଏହି ନିର୍ବାଚନ ଅନୁଷ୍ଠିତ ହେଉଛି ।

Tags: