ନିର୍ବାଚନ ପ୍ରସ୍ତୁତି ନେଇ ବିଜେପି ଓ କଂଗ୍ରେସର ଗୁରୁତ୍ବପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଏବଂ ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟି‌ରେ ରଖି ବିଜେପି ଏବଂ କଂଗ୍ରେସ ନିର୍ବାଚନ ପ୍ରସ୍ତୁତି ଜୋରଦାର କରିଛନ୍ତି। ବିଜେପି ଆଜି ଦଳର ମୁଖ୍ୟାଳୟରେ ସିଇସି (କେନ୍ଦ୍ରୀୟ ନିର୍ବାଚନ କମିଟି) ବୈଠକ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ସଭାପତି ଜେପି ନଡ୍ଡାଙ୍କ ସମେତ ସମସ୍ତ ୧୫ ସିଇସି ସଦସ୍ୟ ଏହି ବୈଠକରେ ଯୋଗ ଦେଇଛନ୍ତି। ଆଗକୁ ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ତେଲେଙ୍ଗାନା […]

Samaya Live Picture
Published On

ନୂଆଦିଲ୍ଲୀ: ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଏବଂ ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟି‌ରେ ରଖି ବିଜେପି ଏବଂ କଂଗ୍ରେସ ନିର୍ବାଚନ ପ୍ରସ୍ତୁତି ଜୋରଦାର କରିଛନ୍ତି। ବିଜେପି ଆଜି ଦଳର ମୁଖ୍ୟାଳୟରେ ସିଇସି (କେନ୍ଦ୍ରୀୟ ନିର୍ବାଚନ କମିଟି) ବୈଠକ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ସଭାପତି ଜେପି ନଡ୍ଡାଙ୍କ ସମେତ ସମସ୍ତ ୧୫ ସିଇସି ସଦସ୍ୟ ଏହି ବୈଠକରେ ଯୋଗ ଦେଇଛନ୍ତି। ଆଗକୁ ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ତେଲେଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ଥିବାବେଳେ ଏହା ପୂର୍ବରୁ ବିଜେପି ନିର୍ବାଚନ ପ୍ରଚାର ଜୋରଦାର କରିଛି। କଂଗ୍ରେସ ମଧ୍ୟ ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। କଂଗ୍ରେସ ଦିଲ୍ଲୀରୁ ୨୦୨୪ ଲୋକସଭା ନିର୍ବାଚନ ପ୍ରସ୍ତୁତି ଆରମ୍ଭ କରିବାପାଇଁ ନିଷ୍ପତ୍ତି ନେଇଛି। ଦିଲ୍ଲୀରେ ସମସ୍ତ ୭ ଲୋକସଭା ଆସନରେ କଂଗ୍ରେସ ନିର୍ବାଚନ ଲଢ଼ିବ ବୋଲି ସଙ୍କେତ ଦେଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଦ୍ବାରା ବୁଧବାର ହୋଇଥିବା ଏକ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। କଂଗ୍ରେସ ନେତ୍ରୀ ଅଳକା ଲାମ୍ବା କହିଛନ୍ତି, ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେବାକୁ ଆମକୁ କୁହାଯାଇଛି। ସମସ୍ତ ୭ ଆସନରେ ପ୍ରସ୍ତୁତି ଆରମ୍ଭ କରିବାପାଇଁ ନିଷ୍ପତ୍ତି ନିଆଯାଇଛି ଏବଂ ଦଳ କେତେ ଆସନରେ ଲଢ଼ିବ ତାହା ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ। ବୈଠକ ୪ ଘଣ୍ଟା ଧରି ଚାଲିଥିଲା ଏବଂ ବୈଠକରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ସମେତ ୪୦ ନେତା ଯୋଗ ଦେଇଥିଲେ।

Tags: