ପ୍ରୟାଗରାଜରେ ଆରମ୍ଭ ହେଲା ମହାକୁମ୍ଭ ମେଳା
ପ୍ରୟାଗରାଜ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆଜିଠାରୁ ଆରମ୍ଭ ହୋଇଛି ମହାକୁମ୍ଭ ମେଳା। ଫେବ୍ରୁଆରି ୨୬ ପର୍ଯ୍ୟନ୍ତ ମହାକୁମ୍ଭ ମେଳା ଅନୁଷ୍ଠିତ ହେବ। ଶ୍ରଦ୍ଧାଳୁଙ୍କ ସମେତ ଆଜି ଲକ୍ଷ ଲକ୍ଷ ସାଧୁସନ୍ଥ କୁମ୍ଭରେ ପହଞ୍ଚିଛନ୍ତି ଏବଂ ସେମାନଙ୍କୁ ତୀର୍ଥନଗରୀରେ ସନାତନପ୍ରେମୀ ହୃଦୟଖୋଲା ସ୍ବାଗତ କରିଛନ୍ତି। ଏହି ବିଶାଳ ଧାର୍ମିକ ସମାଗମ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ପ୍ରସ୍ତୁତି କରିଥିବା ବେଳେ ଏହା ଉପରେ ସମଗ୍ର ବିଶ୍ବର ନଜର ରହିଛି। ମହାକୁମ୍ଭ ଭାରତୀୟ ସଂସ୍କୃତି, ଆଧ୍ୟାତ୍ମିକତା ଓ ବିଶ୍ୱାସର ପ୍ରତୀକ । […]
ପ୍ରୟାଗରାଜ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆଜିଠାରୁ ଆରମ୍ଭ ହୋଇଛି ମହାକୁମ୍ଭ ମେଳା। ଫେବ୍ରୁଆରି ୨୬ ପର୍ଯ୍ୟନ୍ତ ମହାକୁମ୍ଭ ମେଳା ଅନୁଷ୍ଠିତ ହେବ। ଶ୍ରଦ୍ଧାଳୁଙ୍କ ସମେତ ଆଜି ଲକ୍ଷ ଲକ୍ଷ ସାଧୁସନ୍ଥ କୁମ୍ଭରେ ପହଞ୍ଚିଛନ୍ତି ଏବଂ ସେମାନଙ୍କୁ ତୀର୍ଥନଗରୀରେ ସନାତନପ୍ରେମୀ ହୃଦୟଖୋଲା ସ୍ବାଗତ କରିଛନ୍ତି। ଏହି ବିଶାଳ ଧାର୍ମିକ ସମାଗମ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ପ୍ରସ୍ତୁତି କରିଥିବା ବେଳେ ଏହା ଉପରେ ସମଗ୍ର ବିଶ୍ବର ନଜର ରହିଛି। ମହାକୁମ୍ଭ ଭାରତୀୟ ସଂସ୍କୃତି, ଆଧ୍ୟାତ୍ମିକତା ଓ ବିଶ୍ୱାସର ପ୍ରତୀକ । ପ୍ରତି ୧୨ ବର୍ଷରେ ଆୟୋଜିତ ହେଉଥିବା ଏହି ମେଳା କେବଳ ଏକ ଧାର୍ମିକ କାର୍ଯ୍ୟକ୍ରମ ନୁହେଁ ବରଂ ଭାରତର ପରମ୍ପରା ଓ ଆଧ୍ୟାତ୍ମିକ ଐତିହ୍ୟର ଏକ ଦିବ୍ୟ ଉତ୍ସବ । ବିଶ୍ୱାସ ରହିଛି ଯେ ପ୍ରୟାଗରାଜରେ ଗଙ୍ଗା, ଯମୁନା ଓ ସରସ୍ୱତୀଙ୍କ ତ୍ରିବେଣୀ ସଙ୍ଗମରେ ସ୍ନାନ କଲେ ପୁଣ୍ୟ ପ୍ରାପ୍ତି ହୋଇଥାଏ ଏବଂ ମୋକ୍ଷ ମିଳିଥାଏ । ମହାକୁମ୍ଭ କେବଳ ପାପରୁ ମୁକ୍ତି ପାଇବାର ଏକ ଅବସର ନୁହେଁ, ବରଂ ଆତ୍ମା ଶୁଦ୍ଧି ଏବଂ ମୁକ୍ତି ପ୍ରାପ୍ତିର ଏକ ମାର୍ଗ ବୋଲି କୁହାଯାଏ।
ପବିତ୍ର ମହାକୁମ୍ଭ ଅବସରରେ ଦେଶ ବିଦେଶରୁ କୋଟି କୋଟି ଶ୍ରଦ୍ଧାଳୁ ସଙ୍ଗମରେ ସ୍ନାନ କରିବେ। ଚଳିତ ମହାକୁମ୍ଭରେ ୪୦ରୁ ୪୫ କୋଟି ଲୋକଙ୍କ ସମାଗମ ସମ୍ଭାବନା ରହିଥିବାରୁ ସନ୍ଥ ଓ ଶ୍ରଦ୍ଧାଳୁଙ୍କ ରହଣି ପାଇଁ ୪ ହଜାର ହେକ୍ଟର ପରିମିତ ଅଂଚଳରେ ଅସ୍ଥାୟୀ ଶିବିର ସ୍ଥାପନ କରାଯାଇଛି। ରାଜ୍ୟ ସରକାର ଏହି କାର୍ଯ୍ୟକ୍ରମ ପାଇଁ ୧୨ ହଜାର ୬୭୦ କୋଟି ଟଙ୍କା ବିନିଯୋଗ କରିଥିବା ଜଣାପଡ଼ିଛି।




