ବାଚସ୍ପତି ନିର୍ବାଚନ ଜିତିଲେ ଓମ୍ ବିର୍ଲା
ନୂଆଦିଲ୍ଲୀ : ଓମ୍ ବିର୍ଲା ଆଜି ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଓମ୍ ବିର୍ଲା ଦ୍ୱିତୀୟ ଥର ପାଇଁ ବାଚସ୍ପତି ହେଲେ। ବାଚନିକ ବିରୋଧୀ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ଓମ୍ ବିର୍ଲା ବାଚସ୍ପତି ନିର୍ବାଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓମ୍ ବିର୍ଲାଙ୍କୁ ନିଜ ଆସନ ଯାଏ ନେଇ ଦାୟିତ୍ୱ ଗ୍ରହଣ କରାଇଛନ୍ତି । ଆଜି ଲୋକସଭା ଅଧିବେଶନ ଆରମ୍ଭ ହେବା ମାତ୍ରେ ଏନଡିଏର ବାଚସ୍ପତି […]
ନୂଆଦିଲ୍ଲୀ : ଓମ୍ ବିର୍ଲା ଆଜି ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଓମ୍ ବିର୍ଲା ଦ୍ୱିତୀୟ ଥର ପାଇଁ ବାଚସ୍ପତି ହେଲେ। ବାଚନିକ ବିରୋଧୀ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ଓମ୍ ବିର୍ଲା ବାଚସ୍ପତି ନିର୍ବାଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓମ୍ ବିର୍ଲାଙ୍କୁ ନିଜ ଆସନ ଯାଏ ନେଇ ଦାୟିତ୍ୱ ଗ୍ରହଣ କରାଇଛନ୍ତି । ଆଜି ଲୋକସଭା ଅଧିବେଶନ ଆରମ୍ଭ ହେବା ମାତ୍ରେ ଏନଡିଏର ବାଚସ୍ପତି ପ୍ରାର୍ଥୀ ଭାବେ ଓମ୍ ବିର୍ଲାଙ୍କ ନାଁ ପ୍ରସ୍ତାବ ରଖିଥିଲେ ପ୍ରଧାନମନ୍ତ୍ରୀ ମୋଦି। ଏନଡିଏର ସହଯୋଗୀ ଦଳ ମଧ୍ୟ ବିର୍ଲାଙ୍କ ନାଁକୁ ବାଚସ୍ପତି ଭାବେ ସମର୍ଥନ କରିଥିଲେ। ସେହିପରି ଇଣ୍ଡିଆ ମେଣ୍ଟ ପକ୍ଷରୁ କେ.ସୁରେଶଙ୍କ ନାଁ ବାଚସ୍ପତି ପ୍ରାର୍ଥୀ ଭାବେ ପ୍ରସ୍ତାବ ରଖାଯାଇଥିଲା। ଏହାକୁ ଇଣ୍ଡିଆ ମେଣ୍ଟରେ ଥିବା ଦଳ ଗୁଡିକ ସମର୍ଥନ କରିଥିଲେ। ତେଣୁ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ବାଚନିକ ଭୋଟ୍ର ସଂଗ୍ରହ କରିଥିଲେ। ଏହାପରେ ବାଚନିକ ଭୋଟରେ ଓମ୍ ବିର୍ଲା ବିଜୟୀ ହୋଇଥିବା ଘୋଷଣା କରିଥିଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ।




