ବିରଳ ଘଟଣା: ସ୍ବାମୀ ବେଣୁଙ୍କଠୁ ମୁଖ୍ୟ ଶାସନ ସଚିବ ପଦ ଗ୍ରହଣ କଲେ ସ୍ତ୍ରୀ ଶାରଦା

ଥିରୁଅନନ୍ତପୁରମ୍‌: ଦେଶର ପ୍ରଶାସନିକ କ୍ଷେତ୍ରରେ ଦେଖିବାକୁ ମିଳିଛି ବିରଳ ଦୃଶ୍ୟ। ପ୍ରଥମ ଥର ପାଇଁ ମୁଖ୍ୟ ଶାସନ ସଚିବଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ପତ୍ନୀ। ଏପରି ଏକ ଘଟଣା କେରଳରେ ଦେଖିବାକୁ ମିଳିଛି। ଏହି ଆଇଏଏସ୍‌ ଦମ୍ପତି ହେଲେ ଡା. ବେଣୁ ବି ଓ ତାଙ୍କ ପତ୍ନୀ ଶାରଦା ମୁରଲିଧରନ। ଡା. ବେଣୁ ବି କେରଳରେ ମୁଖ୍ୟ ଶାସନ ସଚିବ ପଦରେ କାର୍ଯ୍ୟ କରୁଥିବା ବେଳେ ଗତ ୩୧ ତାରିଖରେ ନିଜ ଚାକିରିରୁ ଅବସର ନେଇଛନ୍ତି। ଡା. […]

Samaya Live Picture
Published On

ଥିରୁଅନନ୍ତପୁରମ୍‌: ଦେଶର ପ୍ରଶାସନିକ କ୍ଷେତ୍ରରେ ଦେଖିବାକୁ ମିଳିଛି ବିରଳ ଦୃଶ୍ୟ। ପ୍ରଥମ ଥର ପାଇଁ ମୁଖ୍ୟ ଶାସନ ସଚିବଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ପତ୍ନୀ। ଏପରି ଏକ ଘଟଣା କେରଳରେ ଦେଖିବାକୁ ମିଳିଛି। ଏହି ଆଇଏଏସ୍‌ ଦମ୍ପତି ହେଲେ ଡା. ବେଣୁ ବି ଓ ତାଙ୍କ ପତ୍ନୀ ଶାରଦା ମୁରଲିଧରନ। ଡା. ବେଣୁ ବି କେରଳରେ ମୁଖ୍ୟ ଶାସନ ସଚିବ ପଦରେ କାର୍ଯ୍ୟ କରୁଥିବା ବେଳେ ଗତ ୩୧ ତାରିଖରେ ନିଜ ଚାକିରିରୁ ଅବସର ନେଇଛନ୍ତି। ଡା. ବେଣୁ ବିଙ୍କ ପରେ ଏହି ପଦ ନିମନ୍ତେ କେରଳ ସରକାର ତାଙ୍କ ପତ୍ନୀ ଶାରଦା ମୁରଲିଧରନଙ୍କ ନାମ ଚୂଡ଼ାନ୍ତ କରିଥିଲେ। ତେଣୁ ଡା. ବେଣୁ ବି ନିଜ ପତ୍ନୀ ତଥା ସଚିବ ପଦରେ ଥିବା ଶାରଦା ମୁରଲିଧରନଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ଏନେଇ ଥିରୁଅନନ୍ତପୁରମ୍‌ସ୍ଥିତ ସଚିବାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ଉଭୟ ପତିପତ୍ନୀ ଦାୟିତ୍ୱ ହସ୍ତାନ୍ତର ପ୍ରକ୍ରିୟା ସମ୍ପନ୍ନ କରିଛନ୍ତି। ଉଭୟ ଡା. ବେଣୁ ବି ଓ ଶାରଦା ମୁରଲିଧରନ ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ । ମାତ୍ର ଡା. ବେଣୁ ବି ନିଜ ପତ୍ନୀଙ୍କଠାରୁ କିଛି ମାସ ବଡ଼ ଅଟନ୍ତି। ତେଣୁ ସେ ଅବସର ଗ୍ରହଣ କରିଥିବା ବେଳେ ଏହି ପଦରେ ଏବେ ତାଙ୍କ ପତ୍ନୀ ବସିଛନ୍ତି। ଆସନ୍ତା ୮ ମାସ ପର୍ଯ୍ୟନ୍ତ ଶାରଦା ମୁରଲିଧରନ କେରଳର ମୁଖ୍ୟ ଶାସନ ସଚିବ ରୂପେ ଦାୟିତ୍ୱ ତୁଲାଇବେ । କେରଳ ମୁଖ୍ୟମନ୍ତ୍ରୀ ଉଭୟ ପତିପତ୍ନୀ ବ୍ୟୁରୋକ୍ରାଟଙ୍କୁ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।

Tags: