ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ପଶ୍ଚିମବଙ୍ଗ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କୋଲକାତା ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ। ଘଟଣାରେ ବହୁ ବିଳମ୍ବରେ ଏଫ୍‌ଇଆର୍‌ ରୁଜୁ ହୋଇଥିବା ନେଇ କୋର୍ଟ ପ୍ରଶ୍ନ ଉଠାଇଛନ୍ତି। ବର୍ତ୍ତମାନ ସୁଦ୍ଧା ଏହି ମାମଲାରେ କ’ଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଛି। ତଦନ୍ତ କେତେ ଦୂର ପହଞ୍ଚିଛି ବୋଲି କୋର୍ଟ ସିବିଆଇୁ ପ୍ରଶ୍ନ କରିଛନ୍ତି। ଏଥିସହ ଗୁରୁବାର ସୁଦ୍ଧା ଷ୍ଟାଟସ୍‌ ରିପୋର୍ଟ ଦେବାକୁ ସିବିଆଇକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୨ […]

Samaya Live Picture
Published On

ନୂଆଦିଲ୍ଲୀ: କୋଲକାତା ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ। ଘଟଣାରେ ବହୁ ବିଳମ୍ବରେ ଏଫ୍‌ଇଆର୍‌ ରୁଜୁ ହୋଇଥିବା ନେଇ କୋର୍ଟ ପ୍ରଶ୍ନ ଉଠାଇଛନ୍ତି। ବର୍ତ୍ତମାନ ସୁଦ୍ଧା ଏହି ମାମଲାରେ କ’ଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଛି। ତଦନ୍ତ କେତେ ଦୂର ପହଞ୍ଚିଛି ବୋଲି କୋର୍ଟ ସିବିଆଇୁ ପ୍ରଶ୍ନ କରିଛନ୍ତି। ଏଥିସହ ଗୁରୁବାର ସୁଦ୍ଧା ଷ୍ଟାଟସ୍‌ ରିପୋର୍ଟ ଦେବାକୁ ସିବିଆଇକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୨ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ। କୋଲକାତା ଆର୍‌ଜିକର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ତିନି ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ଶୁଣାଣି ବେଳେ ଖଣ୍ଡପୀଠି ଏହି ମାମଲାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି।
ଏପରିକି ଏହି ମାମଲାକୁ ନେଇ ପଶ୍ଚିମବଙ୍ଗ ସରକାର ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ମେଡିକାଲ କଲେଜ ଅଧ୍ୟକ୍ଷଙ୍କ ଭୂମିକାକୁ ନେଇ ମଧ୍ୟ କୋର୍ଟ ପ୍ରଶ୍ନ କରିଛନ୍ତି। ହତ୍ୟାକୁ ଆତ୍ମହତ୍ୟା ରୂପ ଦିଆଯିବାକୁ ଚେଷ୍ଟା କରାଯାଇଥିଲା କି? ପୀଡିତାଙ୍କ ବାପା-ମା’ଙ୍କୁ କାହିଁକି ବିଳମ୍ବରେ ସୂଚନା ଦିଆଗଲା। ସେମାନଙ୍କୁ କାହିଁକି ସାକ୍ଷାତ କରିବାକୁ ଅନୁମତି ଦିଆଗଲା ନାହିଁ। ପ୍ରିନ୍ସିପାଲ୍ କ’ଣ କରୁଥିଲେ? ଏତଲା ରୁଜୁ କରିବାରେ କାହିଁକି ବିଳମ୍ବ ହେଲା? ପୀଡିତାଙ୍କ ଶବ ସତ୍କାର ପରେ କାହିଁକି ଏଫ୍ଆଇଆର୍‌ ରୁଜୁ କରାଗଲା ବୋଲି ପ୍ରଧାନ ବିଚାରପତି ପଶ୍ଚିମବଙ୍ଗ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏଥିସହିତ ଡାକ୍ତରମାନଙ୍କୁ ଆନ୍ଦୋଳନରୁ ଓହରିବା ପାଇଁ କୋର୍ଟ ପରାମର୍ଶ ଦେଇଛନ୍ତି। ଡାକ୍ତରଙ୍କ ସୁରକ୍ଷା ପାଇଁ ଟାସ୍କଫୋର୍ସ ଗଠନ କରାଯିବ ବୋଲି କୋର୍ଟ ଶୁଣାଣି ବେଳେ କହିଛନ୍ତି।

Tags: