ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସିଦ୍ଦରମେୟା

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ସିଦ୍ଦରମେୟା ଆଜି ଦ୍ବିତୀୟ ଥର ପାଇଁ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟ କଂଗ୍ରେସ ମୁଖ୍ୟ ଡିକେ ଶିବକୁମାର ତାଙ୍କ ଉପମୁଖ୍ୟ ଭାପେ ଶପଥ ଗ୍ରହଣ କରିଛନ୍ତି। ବେଙ୍ଗାଲୁରୁର କାନ୍ତିରଭା ଷ୍ଟାଡିୟମରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହୋଇଛି। କର୍ଣ୍ଣାଟକରେ ଗତ ୪୦ ବର୍ଷ ମଧ୍ୟରେ ସିଦ୍ଦରମେୟା ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ କାର୍ଯ୍ୟକାଳ ଶେଷ କରିଛନ୍ତି। କର୍ଣ୍ଣାଟକରେ ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମରେ ବିରୋଧୀ ନେତାମାନେ ଶକ୍ତି ପ୍ରଦର୍ଶନ କରିଛନ୍ତି। […]

Samaya Live Picture
Published On

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ସିଦ୍ଦରମେୟା ଆଜି ଦ୍ବିତୀୟ ଥର ପାଇଁ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟ କଂଗ୍ରେସ ମୁଖ୍ୟ ଡିକେ ଶିବକୁମାର ତାଙ୍କ ଉପମୁଖ୍ୟ ଭାପେ ଶପଥ ଗ୍ରହଣ କରିଛନ୍ତି। ବେଙ୍ଗାଲୁରୁର କାନ୍ତିରଭା ଷ୍ଟାଡିୟମରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହୋଇଛି। କର୍ଣ୍ଣାଟକରେ ଗତ ୪୦ ବର୍ଷ ମଧ୍ୟରେ ସିଦ୍ଦରମେୟା ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ କାର୍ଯ୍ୟକାଳ ଶେଷ କରିଛନ୍ତି। କର୍ଣ୍ଣାଟକରେ ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମରେ ବିରୋଧୀ ନେତାମାନେ ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ରାଜ୍ୟର ବିରୋଧୀ ନେତାମାନେ କଂଗ୍ରେସର ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। କଂଗ୍ରେସ ସଭାପତି ମଲ୍ଲିାକର୍ଜୁନ ଖଡ଼ଗେଙ୍କ ପୁଅ ପ୍ରିୟଙ୍କ ଖଡ଼ଗେ ଆଜି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। କେଜେ ଜର୍ଜ୍୍ , ଏମପି ପାଟିଲ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ପିଡିପି ମୁଖ୍ୟ ମେହବୁବା ମୁଫ୍ତି ଏବଂ ଅନ୍ୟମାନେ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।

Tags: