ମେଟାକୁ ସମନ୍‌ କରିବ ସଂସଦୀୟ କମିଟି

ନୂଆଦିଲ୍ଲୀ : ୨୦୨୪ ଲୋକସଭା ନିର୍ବାଚନକୁ ନେଇ ବିବାଦୀୟ ବୟାନ ଦେବା ପରେ ଅଡ଼ୁଆରେ ପଡ଼ି ଯାଇଛନ୍ତି ଫେସବୁକ ସଂସ୍ଥାପକ ମାର୍କ ଜୁକରବର୍ଗ। ଏହି ମାମଲାରେ ସଂସଦୀୟ କମିଟି ମେଟା କମ୍ପାନିକୁ ସମନ କରିବ ବୋଲି ଜଣାପଡ଼ିଛି। ସଂସଦର ଆଇଟି ଓ ଯୋଗାଯୋଗ କମିଟିର ଅଧ୍ୟକ୍ଷ ନିଶିକାନ୍ତ ଦୁବେ ଏନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ଗତକାଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏକ୍ସରେ ମେଟାକୁ ଟ୍ୟାଗ୍ କରି ମାର୍କ ଜୁକରବର୍ଗଙ୍କ ଟିପ୍ପଣୀକୁ ନିନ୍ଦା କରିଥିଲେ। ଆଜି […]

Samaya Live Picture
Published On

ନୂଆଦିଲ୍ଲୀ : ୨୦୨୪ ଲୋକସଭା ନିର୍ବାଚନକୁ ନେଇ ବିବାଦୀୟ ବୟାନ ଦେବା ପରେ ଅଡ଼ୁଆରେ ପଡ଼ି ଯାଇଛନ୍ତି ଫେସବୁକ ସଂସ୍ଥାପକ ମାର୍କ ଜୁକରବର୍ଗ। ଏହି ମାମଲାରେ ସଂସଦୀୟ କମିଟି ମେଟା କମ୍ପାନିକୁ ସମନ କରିବ ବୋଲି ଜଣାପଡ଼ିଛି। ସଂସଦର ଆଇଟି ଓ ଯୋଗାଯୋଗ କମିଟିର ଅଧ୍ୟକ୍ଷ ନିଶିକାନ୍ତ ଦୁବେ ଏନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ଗତକାଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏକ୍ସରେ ମେଟାକୁ ଟ୍ୟାଗ୍ କରି ମାର୍କ ଜୁକରବର୍ଗଙ୍କ ଟିପ୍ପଣୀକୁ ନିନ୍ଦା କରିଥିଲେ। ଆଜି ବୈଷ୍ଣବଙ୍କ ପୋଷ୍ଟକୁ ରିପୋଷ୍ଟ କରି ନିଶିକାନ୍ତ ଦୁବେ ଲେଖିଛନ୍ତି ଯେ ମୋ କମିଟି ଏହି ମିଥ୍ୟା ଖବର ପାଇଁ ମେଟାକୁ ସମନ କରିବ। କୌଣସି ଗଣତାନ୍ତ୍ରିକ ଦେଶ ବିଷୟରେ ମିଛ ଖବର ପ୍ରସାରିତ କରିବା ସେହି ଦେଶର ଛବିକୁ ଖରାପ କରିଥାଏ। ଏହି ଭୁଲ ପାଇଁ ଉକ୍ତ ସଂସ୍ଥାକୁ ଭାରତୀୟ ସଂସଦ ତଥା ଦେଶର ଲୋକଙ୍କୁ କ୍ଷମା ମାଗିବାକୁ ପଡ଼ିବ।

Tags: