ମେଟ୍ରୋରେ ଦିଲ୍ଲୀ ବିଶ୍ବବିଦ୍ୟାଳୟ ଗଲେ ମୋଦୀ, ଯାତ୍ରୀଙ୍କ ସହ କଥା ହେଲେ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀ ବିଶ୍ବବିଦ୍ୟାଳୟରେ ପହଞ୍ଚିବାପାଇଁ ଦିଲ୍ଲୀ ମେଟ୍ରୋରେ ଯାତ୍ରା କରିଛନ୍ତି। ଦିଲ୍ଲୀ ବିଶ୍ବବିଦ୍ୟାଳୟ ଶତବାର୍ଷିକୀ ଉତ୍ସବର ଉଦ୍ଯାପନି ସମାରୋହରେ ମୋଦୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ତେବେ ମୋଦୀ ଆଜି ଦିଲ୍ଲୀ ମେଟ୍ରୋରେ ଯିବା ସମୟରେ ଯାତ୍ରୀମାନଙ୍କ ସହ କଥା ହେଉଥିବାର ଫଟୋ ସୋସିଆଲ ମିଡିଆରେ ସେୟାର କରାଯାଇଛି। ମୋଦୀ ମଧ୍ୟ ଆଜି ଦିଲ୍ଲୀ ବିଶ୍ବବିଦ୍ୟାଳୟରେ ୩ଟି କୋଠାର ଶିଳାନ୍ୟାସ କରିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ […]
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀ ବିଶ୍ବବିଦ୍ୟାଳୟରେ ପହଞ୍ଚିବାପାଇଁ ଦିଲ୍ଲୀ ମେଟ୍ରୋରେ ଯାତ୍ରା କରିଛନ୍ତି। ଦିଲ୍ଲୀ ବିଶ୍ବବିଦ୍ୟାଳୟ ଶତବାର୍ଷିକୀ ଉତ୍ସବର ଉଦ୍ଯାପନି ସମାରୋହରେ ମୋଦୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ତେବେ ମୋଦୀ ଆଜି ଦିଲ୍ଲୀ ମେଟ୍ରୋରେ ଯିବା ସମୟରେ ଯାତ୍ରୀମାନଙ୍କ ସହ କଥା ହେଉଥିବାର ଫଟୋ ସୋସିଆଲ ମିଡିଆରେ ସେୟାର କରାଯାଇଛି। ମୋଦୀ ମଧ୍ୟ ଆଜି ଦିଲ୍ଲୀ ବିଶ୍ବବିଦ୍ୟାଳୟରେ ୩ଟି କୋଠାର ଶିଳାନ୍ୟାସ କରିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି।




