ରାଜନାଥ ସିଂହଙ୍କ ଘରେ କେନ୍ଦ୍ରମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ଆଜି ରାତିରେ କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହଙ୍କ ସରକାରୀ ବାସଭବନରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ, ପୀୟୂଷ ଗୋୟଲ, ଜି କିଷନ ରେଡ୍ଡୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଏକ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରବିବାର ସର୍ବଦଳୀୟ […]

ରାଜନାଥ ସିଂହଙ୍କ ଘରେ କେନ୍ଦ୍ରମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
Samaya Live Picture
Published On

ନୂଆଦିଲ୍ଲୀ: ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ଆଜି ରାତିରେ କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହଙ୍କ ସରକାରୀ ବାସଭବନରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ, ପୀୟୂଷ ଗୋୟଲ, ଜି କିଷନ ରେଡ୍ଡୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଏକ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଆଜି ‌ଅନୁଷ୍ଠିତ ହୋଇଥିବା ମନ୍ତ୍ରିଗୋଷ୍ଠୀ ବୈଠକରେ ରଣନୀତିକ ପ୍ରସଙ୍ଗ ଉପରେ ଆଲୋଚନା‌ ହୋଇଛି। ବିହାର ‘ସାର୍‌’ ଅଭିଯାନ, ଅପରେସନ୍‌ ସିନ୍ଦୂର, ଭାରତ-ପାକିସ୍ତାନ ଯୁଦ୍ଧରେ ଟ୍ରମ୍ପ୍‌ଙ୍କ ମଧ୍ୟସ୍ଥି, ହାଇକୋର୍ଟ ବିଚାରପତି ଯଶବନ୍ତ ବର୍ମାଙ୍କ ମହାଭିଯୋଗ ଆଦି ଗୁରୁତ୍ବପୂର୍ଣ୍ଣ ବିଷୟ ଉପରେ ଚର୍ଚ୍ଚା କରାଯାଇଛି।

Tags: