ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନ ଲାଲ୍ ଶର୍ମା
ନୂଆଦିଲ୍ଲୀ : ଭଜନ ଲାଲ୍ ଶର୍ମା ଆଜି ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶର୍ମାଙ୍କ ସହିତ ଦିୟା କୁମାରୀ ଏବଂ ପ୍ରେମ ଚାନ୍ଦ ବଇରୱା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ କଲରାଜ ମିଶ୍ର ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ,ବିଜେପି ସଭାପତି ଜେପି ନଡ୍ଡା ଏବଂ ଅନେକ କେନ୍ଦ୍ର ମନ୍ତ୍ରୀ ଓ ବିଭିନ୍ନ […]
ନୂଆଦିଲ୍ଲୀ : ଭଜନ ଲାଲ୍ ଶର୍ମା ଆଜି ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶର୍ମାଙ୍କ ସହିତ ଦିୟା କୁମାରୀ ଏବଂ ପ୍ରେମ ଚାନ୍ଦ ବଇରୱା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ କଲରାଜ ମିଶ୍ର ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ,ବିଜେପି ସଭାପତି ଜେପି ନଡ୍ଡା ଏବଂ ଅନେକ କେନ୍ଦ୍ର ମନ୍ତ୍ରୀ ଓ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ଆଇକନିକ୍ ଆଲବର୍ଟ ହଲ୍ରେ ଆଜି ଶପଥ ଗ୍ରହଣ ଉତ୍ସବ ଆୟୋଜନ କରାଯାଇଥିଲା। ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଏବଂ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ବିଜେପି ନେତା ବସୁନ୍ଧରା ରାଜେ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି।




