ରାଜୀବ ଗାନ୍ଧୀଙ୍କ ୩୨ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ସୋନିଆ, ଖଡ଼ଗେ

ନୂଆଦିଲ୍ଲୀ : ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କର ଆଜି ୩୨ତମ ଶ୍ରାଦ୍ଧ ବାର୍ଷିକୀ। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖଡ଼ଗେ ଆଜି ରାଜୀବଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ନୂଆଦିଲ୍ଲୀ ସ୍ଥିତ ବୀରଭୂମିରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ହତ୍ୟା ପରେ ରାଜୀବ ଗାନ୍ଧୀ ୧୯୮୪ରେ […]

Samaya Live Picture
Published On

ନୂଆଦିଲ୍ଲୀ : ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କର ଆଜି ୩୨ତମ ଶ୍ରାଦ୍ଧ ବାର୍ଷିକୀ। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖଡ଼ଗେ ଆଜି ରାଜୀବଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ନୂଆଦିଲ୍ଲୀ ସ୍ଥିତ ବୀରଭୂମିରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ହତ୍ୟା ପରେ ରାଜୀବ ଗାନ୍ଧୀ ୧୯୮୪ରେ କଂଗ୍ରେସର ଦାୟିତ୍ବ ନେଇଥିଲେ। ୪୦ ବର୍ଷ ବୟସରେ ସେ ଦେଶର ସର୍ବକନିଷ୍ଠ ପ୍ରଧାନମନ୍ତ୍ରୀ ହୋଇଥିଲେ।

Tags: