ରୋଜଗାର ମେଳାରେ ୭୦ ହଜାର ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପାଖାପାଖି ୭୦ ହଜାର ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଏହି ନିଯୁକ୍ତି ପାଇଥିବା ଲୋକମାନଙ୍କୁ ସମ୍ବୋଧିତ କରି କହିଛନ୍ତି ଯେ ଷ୍ଟାଣ୍ଡ ଅପ୍ ଇଣ୍ଡିଆ ଭଳି ଅଭିଯାନ ଯୁବପିଢ଼ିଙ୍କ ସାମର୍ଥ୍ୟକୁ ଆହୁରି ବଢ଼ାଇ ଦେଇଛି। ସରକାରଙ୍କ ସହାୟତା ପାଇଥିବା ଏହି ଯୁବକମାନେ ବର୍ତ୍ତମାନ ଅନେକ ଯୁବକଙ୍କୁ ଚାକିରି ଦେଉଛନ୍ତି। ସମସ୍ତ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ଭାରତ ନିଜର […]
ନୂଆଦିଲ୍ଲୀ: ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପାଖାପାଖି ୭୦ ହଜାର ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଏହି ନିଯୁକ୍ତି ପାଇଥିବା ଲୋକମାନଙ୍କୁ ସମ୍ବୋଧିତ କରି କହିଛନ୍ତି ଯେ ଷ୍ଟାଣ୍ଡ ଅପ୍ ଇଣ୍ଡିଆ ଭଳି ଅଭିଯାନ ଯୁବପିଢ଼ିଙ୍କ ସାମର୍ଥ୍ୟକୁ ଆହୁରି ବଢ଼ାଇ ଦେଇଛି। ସରକାରଙ୍କ ସହାୟତା ପାଇଥିବା ଏହି ଯୁବକମାନେ ବର୍ତ୍ତମାନ ଅନେକ ଯୁବକଙ୍କୁ ଚାକିରି ଦେଉଛନ୍ତି। ସମସ୍ତ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ଭାରତ ନିଜର ଅର୍ଥନୀତିକୁ ଆଗକୁ ନେଉଛି। ଉଲ୍ଲେଖ ଥାଉ କି ଆଜି ଦେଶର ୪୩ ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହୋଇଥିବାବେଳେ କେନ୍ଦ୍ର ସରକାରୀ ବିଭାଗରେ ତଥା ରାଜ୍ୟ ସରକାରଙ୍କ ଅଧୀନରେ ଏବଂ କେନ୍ଦ୍ରଶାସିତ ଅଂଚଳ ଗୁଡ଼ିକରେ ନିଯୁକ୍ତି ଦିଆଯାଉଛି । ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ ନିଯୁକ୍ତ ବ୍ୟକ୍ତିମାନେ ଆର୍ଥିକ ସେବା ବିଭାଗ, ଡାକ ବିଭାଗ, ବିଦ୍ୟାଳୟ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ରାଜସ୍ୱ ବିଭାଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ପରମାଣୁ ଶକ୍ତି ବିଭାଗ, ରେଳ ମନ୍ତ୍ରଣାଳୟ, ଅଡିଟ୍ ଏବଂ ଆକାଉଣ୍ଟସ୍ ଓ ଗୃହ ମନ୍ତ୍ରଣାଳୟ ଇତ୍ୟାଦି ସମେତ ବିଭିନ୍ନ ବିଭାଗରେ ଯୋଗ ଦେବେ ।




